ଦୁର୍ଗାପୁଜା ର ମାହାତ୍ମ୍ୟ ଓ ସତ୍ୟତା କଣ ରହିଛି...
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାରମ୍ପରିକ ଭାବେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ତ୍ରିଶୂଳଦ୍ୱାରା ମହିଷା ଅସୁର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ୱିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର (ବାସନ୍ତୀ ଦୁର୍ଗା ପୂଜା) ଓ ଆଶ୍ୱିନ ମାସରେ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ କରାଯାଏ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ୱାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ । ଆହ୍ୱାନ କରି ଦେବୀଙ୍କୁ ପୁଣି ପୂଜା କଲେ । ଆଗତ ଯୋଗିନୀଗଣଙ୍କ କୋଳାହଳରେ ଦେବୀ କେବଳ କଡ଼ ଲେଉଟାଇ ପୁଣି ଶୋଇଲେ । ଏହା ପରେ ଅଷ୍ଟମୀର ଶେଷ ଓ ନବମୀର ଆରମ୍ଭ ବା ସନ୍ଧିକ୍ଷଣ ସମୟରେ ଶ୍ରୀରାମଚନ୍ଦ୍ର କଲେ ସନ୍ଧିପୂଜା । ଅଷ୍ଟମୀର ଚବିଶ ମିନଟ ଓ ନବମୀର ଚବିଶ ମିନଟ, ଏହିପରି ମୋଟ ଅଠଚାଳିଶ ମିନଟ ଧରି ଦେବୀ ଚାମୁଣ୍ଡାଙ୍କର ଏହି ବିଶେଷ ସନ୍ଧିପୂଜା କରିଥିଲେ । ଶ୍ରୀରାମ ଚାମୁଣ୍ଡାଙ୍କୁ ଆବାହନ କରି ଦେବୀ ଦୁର୍ଗାଙ୍କୁ ଉଠାଇବା ପାଇଁ ନିବେଦନ କଲେ । ଚାମୁଣ୍ଡାଙ୍କ ସହଯୋଗ ଫଳରେ ନବମୀ ତିଥିରେ ଦେବୀ ଦୁର୍ଗା ଜାଗ୍ରତ ହେଲେ । ଏତିକିବେଳେ ସେ ଦେବୀଙ୍କୁ କୁମାରୀ ରୂପରେ ଦର୍ଶନ କରି ଯୋଗିନୀମାନଙ୍କ ସହିତ ବିଶେଷ ପୂଜା କରି ଏକାସାଙ୍ଗେ ଶହେଆଠ ନୀଳପଦ୍ମ ଅର୍ପଣ କରିଥିଲେ । ସେହି ଦିନଠାରୁ କୁମାରୀ ରୂପୀ ଦେବୀଙ୍କର ପୂଜାର ଆରମ୍ଭ । ସାରା ଦେଶରେ ଏହି ପୂଜା ଦୂର୍ଗା ପୂଜା, ନବରାତ୍ର, ଦଶହରା ନାମରେ ପାଳିତ ହୋଇଆସୁଅଛି l
Comments
Post a Comment
Thank you watching the News, Visit again. Please Share your thoughts with your family and friends. Thank you.