ବଳ ଗୋଟାଉଛି ବାତ୍ୟା "ଦାନା" ୨୪ ରେ ଛୁଇଁବ ଓଡିଶା l
ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) :- ମାଡି ଆସୁଛି ବାତ୍ୟା ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା "ଦାନା"। ଆସନ୍ତା ୨୩ ତାରିଖରେ ଏହା ବାତ୍ୟାରେ ପରିଣତ ହେବ । ୨୪ ତାରିଖରେ ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି ।
ଏହା ପ୍ରଭାବରେ ଓଡ଼ିଶାରରେ ୨୪ ଓ ୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିମି ରହିବ। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି।
ମତ୍ସ୍ୟଜୀବୀ ମାନେ ଆଣ୍ଡାମାନ ସାଗରରୁ ୨୧ ତାରିଖ ପର୍ଯ୍ୟନ୍ତ ଯିବାକୁ ବାରଣ କରାଯାଇଛି। ସେହିପରି ୨୩ ତାରିଖ ପର୍ଯ୍ୟନ୍ତ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଓ ୨୫ ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପ ସଗାରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ ଯାଇଛି। ଯେଉଁ ମତ୍ସ୍ୟଜୀବୀ ମାନେ ସମୁଦ୍ରରେ ଅଛନ୍ତି ସେମାନେ ୨୧ ତାରିଖ ସୁଦ୍ଧା ଫେରି ଆସନ୍ତୁ ବୋଲି ଆଇଏମଡି ଡିଜି କହିଛନ୍ତି। ଓଡ଼ିଶାରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ଆଇଏମଡି ଡିଜି କହିଛନ୍ତି।
ଏହା ପ୍ରଭାବରେ ଓଡ଼ିଶାରରେ ୨୪ ଓ ୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିମି ରହିବ। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି।
Comments
Post a Comment
Thank you watching the News, Visit again. Please Share your thoughts with your family and friends. Thank you.