ନୂତନ ମହିଳା କମିଶନ ଅଧ୍ୟକ୍ଷା ନିଯୁକ୍ତି ପାଇଁ ଖୁବ୍ ଶୀଘ୍ର ବିଜ୍ଞପ୍ତି l

ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) : - ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଭାବେ ଡ. ମିନତି ବେହେରା ନିଯୁକ୍ତି ପାଇଥିଲେ। ଆଜି ତାଙ୍କୁ ପଦରୁ ହଟାଇ ଦେଇଛନ୍ତି ରାଜ୍ୟ ସରକାର। ଏହାସହିତ ରାଜ୍ୟରେ ମହିଳା ଆୟୋଗର ନୂଆ ଅଧ୍ୟକ୍ଷା ଓ ସଦସ୍ୟା ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମିନତୀ ବେହେରା ଓ ଅନ୍ୟ ୪ଜଣ ସଦସ୍ୟା ସ୍ପର୍ଣ୍ଣଲତା ସାମଲ, ସୁଜାତା ଦିଗଲ, ବବିତା ସ୍ୱାଇଁ ଓ ବିଜୟା ବରୱାଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦିଆଯାଇଛି । ଏନେଇ ଖୁବଶୀଘ୍ର ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବ । ଉଲ୍ଲେଖଯୋଗ୍ୟ, ମହିଳା ଆୟୋଗ ଅଧ୍ୟକ୍ଷା ଓ ଅନ୍ୟ ୪ଜଣ ସଦସ୍ୟା ସମସ୍ତେ ବିଜେଡିର ସକ୍ରିୟ ଆଗଧାଡ଼ିର ନେତ୍ରୀ ଥିଲେ । ବିଜେଡି ସରକାରରେ ସେମାନଙ୍କୁ ଏହି ମହିଳା ଆୟୋଗରେ ଥଇଥାନ କରାଯାଇଥିଲା । ବିଜେଡି ନେତ୍ରୀ ମିନତୀ ବେହେରାଙ୍କୁ ୨୦୨୨ ଅକ୍ଟୋବର ମାସରେ ଦ୍ୱିତୀୟଥର ପାଇଁ ଅଧ୍ୟକ୍ଷା ଭାବେ ଥଇଥାନ କରାଯାଇଥିବାବେଳେ ୨୦୨୩ ଏପ୍ରିଲ ମାସରେ ଅନ୍ୟ ୪ଜଣ ବିଜେଡି ନେତ୍ରୀଙ୍କୁ ଆୟୋଗର ସଦସ୍ୟା ଭାବେ ଅବସ୍ଥାପିତ କରାଯାଇଥିଲା l ଏହାକୁ ବିଚାର କରି ମୋହନ ସରକାର ନୂତନ ମହିଳା କମିଶନର ଅଧ୍ୟକ୍ଷା ଓ ସଦସ୍ଯ ଚୟନ ନେଇ ଖୁବ୍ ଶୀଘ୍ର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବେ ବୋଲି ଜଣାପଡ଼ଛି l ଦକ୍ଷତା ଥିବା ସଦସ୍ୟ ମାନଙ୍କୁ ଏହି ବିଭାଗରେ ନିୟୋଜନ କରିବାକୁ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି l

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l