ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା'ର ଶୁଭାରମ୍ଭ କରାଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) : - ପ୍ରାଥମିକ ଶିକ୍ଷା ରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ରାଜ୍ୟରେ ଖୁବ୍ ଶୀଘ୍ର 'ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା'ର ଶୁଭାରମ୍ଭ କରାଯିବ। ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ।ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ। ବୈଠକରେ ଐତିହ୍ୟ ବିଦ୍ୟାଳୟ ଗୁଡିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ଯୋଜନାରେ ରାଜ୍ୟର ୧୦୦ ବର୍ଷରୁ ଉର୍ଦ୍ଧ୍ୱ ପୁରାତନ ବିଦ୍ୟାଳୟ କିମ୍ବା ସ୍ୱାଧୀନତା ପୂର୍ବ ସମୟର ପୁରାତନ ବିଦ୍ୟାଳୟ ଗୁଡିକର ବିକାଶ କରାଯାଇ ଏହାର ଐତିହ୍ୟ ଓ ଐତିହାସିକ ଗୌରବର ପୁନଃପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ। ଏହି ଯୋଜନାରେ ସମୁଦାୟ ୪୫ଟି ଐତିହ୍ୟ ବିଦ୍ୟାଳୟର ବିକାଶ କରାଯିବ। ବିଦ୍ୟାଳୟରେ ଶିକ୍ଷକତା କରିଥିବା ବା ଶିକ୍ଷା ଗ୍ରହଣ କରିଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କ ଅବଦାନକୁ ମଧ୍ୟ ସ୍ମରଣୀୟ କରାଯିବ। ଏହିପରି ଭାବେ ପ୍ରାଥମିକ ଶିକ୍ଷା ର ବିକାଶ ଦିଗରେ ପ୍ରମୁଖ ଭୂମିକା ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି l


Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l