ମହାନ ଜନନାୟକ 'ଉତ୍କଳ କେଶରୀ' ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ସ୍ମରଣ ଉତ୍ସବ ପାଳନ l


ଭୁବନେଶ୍ବର(ବ୍ୟୁରୋ ରିପୋର୍ଟ) : - ରବୀନ୍ଦ୍ର ମଣ୍ଡପ ଠାରେ ଓଡ଼ିଆ ଭାଷା, ସାହିତ୍ଯ ଏବଂ ସଂସ୍କୃତି ବିଭାଗ ତରଫରୁ ଆୟୋଜିତ ମହାନ ଜନନାୟକ 'ଉତ୍କଳ କେଶରୀ' ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ସ୍ମରଣ ଉତ୍ସବର ତୃତୀୟ ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । 
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାର ସାମାଜିକ, ଅର୍ଥନୈତିକ ଏବଂ ରାଜନୈତିକ ଇତିହାସରେ ଡ଼ଃ ହରେକୃଷ୍ଣ ମହତାବଙ୍କ କୃତିତ୍ଵ, ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଅଧ୍ୟାୟ। ଏକାଧାରାରେ ସେ ଥିଲେ ଜଣେ ସ୍ଵାଧୀନତା ସଂଗ୍ରାମୀ, ରାଜନୀତିଜ୍ଞ, ସାହିତ୍ୟିକ, କୂଟନୀତିଜ୍ଞ, ଐତିହାସିକ ଏବଂ ଲୋକପ୍ରିୟ ଜନନେତା। ଆଧୁନିକ ଓଡ଼ିଶା ନିର୍ମାଣର ବିଶ୍ଵକର୍ମା ଭାବେ ସେ ସ୍ଵତନ୍ତ୍ର ପରିଚୟର ଅଧିକାରୀ ମଧ୍ୟ ଥିଲେ। 
ରାଉରକେଲା ଷ୍ଟିଲ ପ୍ଳାଣ୍ଟ, ହୀରାକୁଦ ବନ୍ଧ, ଭୁବନେଶ୍ବର ରାଜଧାନୀ, ରାଜଭବନ ନିର୍ମାଣ, ଓଡ଼ିଶା ସାହିତ୍ୟ ଏକାଡେମି ପ୍ରତିଷ୍ଠା, ରାଜ୍ୟ ସଂଗ୍ରହାଳୟ, ଲଳିତ କଳା ଏକାଡେମି, ରବୀନ୍ଦ୍ର ମଣ୍ଡପ, ଆକାଶ ବାଣୀ କଟକ, ହାଇକୋର୍ଟ ପ୍ରତିଷ୍ଠା, ବିଦ୍ଯାଧରପୁର ଧାନ ଗବେଷଣା କେନ୍ଦ୍ର ଇତ୍ୟାଦି ହେଉଛି ଡ଼ଃ ହରେକୃଷ୍ଣ ମହତାବଙ୍କ ଅବଦାନ।
ଆମ ସରକାର ତାଙ୍କର ଅବଦାନର ପ୍ରଚାର ପ୍ରସାରକୁ ଗୁରୁତ୍ଵ ଦେଇ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାରଙ୍କ ସହଯୋଗରେ ଜାତୀୟ ସ୍ତରରେ ମହତାବଙ୍କ ଜୟନ୍ତୀ ପାଳନ କରାଯାଇଛି। ଜଣେ ଆଦର୍ଶ ବରପୁତ୍ର ହିସାବରେ ଡ଼ଃ ମହତାବଙ୍କ ଏ ଜୟନ୍ତୀ ଅବସରରେ ତାଙ୍କୁ ସମ୍ମାନିତ କରିବା ସହ ଓଡ଼ିଶାର ଜନମାନସରେ ତାଙ୍କର ସ୍ମୃତିକୁ ଉଜ୍ଜୀବିତ କରି ରଖିବା ପାଇଁ ଏକ' ବାୟୋପିକ' ନିର୍ମାଣ କରିବା ପାଇଁ ଆମ ସରକାର ନିଷ୍ପତ୍ତି ନେଇଛନ୍ତି।
ଆଗାମୀ ଦିନରେ ଏଭଳି ଅନେକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିବା ସହ ତାଙ୍କର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ 'ନୂଆ ଓଡ଼ିଶା ଏବଂ ସମୃଦ୍ଧ ଓଡ଼ିଶା' ନିର୍ମାଣକୁ ସାକାର କରିବା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ। ଏହା ହିଁ ହେବ ଆଧୁନିକ ଓଡ଼ିଶା ନିର୍ମାଣରେ ତାଙ୍କର ଅବଦାନ ପ୍ରତି ଉପଯୁକ୍ତ ସମ୍ମାନ। ମୁଖ୍ୟମନ୍ତ୍ରୀ ଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସାଂସଦ ଭର୍ତ୍ତୃହରି ମହତାବ ଓ ଅନ୍ୟାନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ l

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l