ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ l

ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) ୨୬/୧୧ : -  ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟର ଯୁଗ୍ମ ସଚିବ ଶ୍ରୀ ପିକେ ରାଏଙ୍କ ନେତୃତ୍ବରେ ଏକ ସାତ ଜଣିଆ ଟିମ୍ ୨୪ ତାରିଖରେ ଆସି ସବୁଠୁ ଅଧିକ କ୍ଷତିଗ୍ରସ୍ତ ଭଦ୍ରକ, କେନ୍ଦ୍ରାପଡା ଓ ବାଲେଶ୍ବର ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିଛନ୍ତି।ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କ୍ଷୟକ୍ଷତିର ଭରଣା ପାଇଁ ସହାୟତା ସହିତ ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ବାରୋପ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ପ୍ରତି ବର୍ଷ ବାତ୍ୟା, ବନ୍ୟା ପରି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିଆସୁଛି। ଲୋକଙ୍କ ଜୀବନ ବଞ୍ଚାଇବାରେ ସରକାର ସଫଳ ହେଉଥିବା ବେଳେ ବିଭିନ୍ନ ଭିତ୍ତିଭୂମିର ବ୍ୟାପକ କ୍ଷୟକ୍ଷତି ହେଉଛି ଏବଂ ଏହାର ପୁନଃ ନିର୍ମାଣ ପାଇଁ ବ୍ୟାପକ ଅର୍ଥ ବିନିଯୋଗ କରିବାକୁ ପଡୁଛି। ତେଣୁ, ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ କରାଯିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ। ଏହା ସହିତ ଭୁବନେଶ୍ବରରେ ଏକ ଅତ୍ୟାଧୁନିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ମତ ରଖିଥିଲେ । ଏ ଦିଗରେ କେନ୍ଦ୍ର ସରକାର ଆବଶ୍ୟକ ସହଯୋଗ ଯୋଗାଇ ଦେବା ପାଇଁ ସେ ପ୍ରସ୍ତାବ ରଖିଥିଲେ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l