କୃଷି ଓ କୃଷକମାନଙ୍କ ପାଇଁ ଆଜିର ଦିନଟି ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ - ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୮/୧୨(ବ୍ୟୁରୋ ରିପୋର୍ଟ) :- ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ସାଧାରଣ ଲୋକଙ୍କ ସମସ୍ୟା ଶୁଣି ଲୋକଙ୍କ ସରକାର ଆଖ୍ୟା ପାଇଥିଲେ। ମା ମାନଙ୍କୁ ସୁଭଦ୍ରା ଯୋଜନାରେ ସହାୟତା ଦେଇ ମା ମାନଙ୍କ ସରକାର ଭାବେ ମଧ୍ୟ ସୁନାମ କରିଥିଲେ। ଆଜି ଚାଷୀ ମାନଙ୍କୁ ଧାନ କ୍ଵିଣ୍ଟାଲ ପିଛା ୮୦୦ ଟଙ୍କା ଇନପୁଟ ସବସିଡି ଦେଇ, ସରକାର ହୋଇଛନ୍ତି 'ଚାଷୀଙ୍କ ସରକାର'।
ବରଗଡର ସୋହେଲାରେ ଉତ୍ସବର ସମାବେଶ ଓ ଚାଷୀ ଭାଇମାନଙ୍କ ମଧ୍ୟରେ ଆଜି ଖୁସିର ଲହର । ଲୋକଙ୍କ ସରକାର ଆଜି ଚାଷୀ ଭାଇ ମାନଙ୍କୁ ଦେଉଛନ୍ତି ସେମାନଙ୍କ ପରିଶ୍ରମର ମୂଲ୍ୟ।
ଚାଷୀମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ଧାନର ସର୍ବନିମ୍ନ ମୂଲ୍ୟ ୨୩୦୦ ଟଙ୍କା ଉପରେ ଆଜି ଅତିରିକ୍ତ ୮୦୦ ଟଙ୍କା ଇନ୍ପୁଟ ସବ୍ସିଡି ପ୍ରଦାନର ଶୁଭାରମ୍ଭ କରିଛନ୍ତି। ଚାଷୀମାନେ ଧାନ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କା ପାଇଲେ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୁନ୍ ୧୨ ତାରିଖରେ ଆମ ସରକାର ଗଠନ ହେବା ପରେ ପ୍ରଥମ କ୍ୟାବିନେଟରେ ଯେଉଁ ଚାରିଟି ପ୍ରମୁଖ ନିଷ୍ପତ୍ତି ନେଇଥିଲେ, ସେ ସବୁ ନିଷ୍ପତ୍ତି ୬ ମାସ ମଧ୍ୟରେ ପୂରଣ କରାଗଲା । ଆଜି ଠାରୁ ଧାନ ସଂଗ୍ରହର ୪୮ ଘଣ୍ଟା ମଧ୍ୟରେ ଆପଣମାନେ, କୁଇଣ୍ଟାଲ ପିଛା ୩୧୦୦ ଟଙ୍କା DBT ଜରିଆରେ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।
ଏହି କାର୍ଯ୍ୟକ୍ରମରେ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ
ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ, ଭଟଲି ବିଧାୟକ ଶ୍ରୀ ଇରାଶିସ ଆଚାର୍ଯ୍ୟ, ବରଗଡ଼ ବିଧାୟକ ଶ୍ରୀ ଅଶ୍ଵିନୀ ଷଡ଼ଙ୍ଗୀ, ଅତାବିରା ବିଧାୟକ ଶ୍ରୀ ନିହାର ମହାନନ୍ଦ, ବିଜେପୁର ବିଧାୟକ ଶ୍ରୀ ସନତ କୁମାର ଗର୍ତିଆ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ଅଭିଭାଷଣ ରଖିଥିଲେ । ପଦ୍ମଶ୍ରୀ ହଳଧର ନାଗ ଓ ପଦ୍ମଶ୍ରୀ ଭାଗବତ ପ୍ରଧାନ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
Comments
Post a Comment
Thank you watching the News, Visit again. Please Share your thoughts with your family and friends. Thank you.