ନିଜ ବାସଭବନରେ ଦିବ୍ୟାଙ୍ଗ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀଅଭିଯୋଗ ଶୁଣିଲେ, ସମାଧାନର ଆଶ୍ବାସନା ଦେଲେ l
ଭୁବନେଶ୍ବର(ବ୍ୟୁରୋ ରିପୋର୍ଟ) : - ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ମାନ୍ୟବର ଶ୍ରୀ ମୋହନ ଚରଣ ମାଝୀ ଯେଉଁଠି କି ଯାଆନ୍ତୁ ନା କାହିଁକି, ଯେଉଁଠି ବି ଥାଆନ୍ତୁ, ଲୋକଙ୍କ ଅଭିଯୋଗ ଓ ସମସ୍ୟା ଶୁଣିବାକୁ ଓ ତା’ର ପ୍ରତିକାର ପାଇଁ ବ୍ୟବସ୍ଥା କରିବାକୁ ସବୁବେଳେ ପ୍ରାଧାନ୍ୟ ଦେଇଥାନ୍ତି ।
ଆଜି ସକାଳେ ତାଙ୍କ ବାସଭବନକୁ କିଛି ଲୋକ ସେମାନଙ୍କ ଅଭିଯୋଗ ନେଇ ଆସିଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଅଭିଯୋଗ ଶୁଣିଥିଲେ। ଅଭିଯୋଗକାରୀଙ୍କ ମଧ୍ୟରେ କେତେ ଜଣ ଦିବ୍ୟାଙ୍ଗ ମଧ୍ୟ ଆସିଥିଲେ। ଆଜି ହେଉଛି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ । ଏହି ଅବସରରେ ଦିବ୍ୟାଙ୍ଗମାନେ ତାଙ୍କ ଘରକୁ ଆସିଥିବାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଥମେ ସମ୍ବର୍ଦ୍ଧିତ କରିଥିଲେ ଓ ପରେ ସେମାନଙ୍କ ସମସ୍ୟା ଶୁଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏଭଳି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭାବପ୍ରବଣ ହୋଇଯାଇଥିଲେ ସମସ୍ତେ ।
Comments
Post a Comment
Thank you watching the News, Visit again. Please Share your thoughts with your family and friends. Thank you.