ଶିକ୍ଷାକେନ୍ଦ୍ର ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି l



ଯାଜପୁର (ଦାନଗଦୀ) :-
ବ୍ଳକର ୮ ନଂ ଜିଲ୍ଲା ପରିଷଦ ଜୋନ ର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବେ ପରିଗଣିତ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ତୁରା ର ବାର୍ଷିକ କ୍ରୀଡା ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଦୁଇ ଦିନ ଧରି ଅନୁଷ୍ଠିତ ଏହି ଉତ୍ସବର ଉଦଯାପନୀ ଉତ୍ସବରେ ସମ୍ପାଦକ ତଥା ବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟାପକ ଅଜୟ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଂସଦଙ୍କ ପ୍ରତିନିଧି ରବିନ୍ଦ୍ର ମୋହନ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କୃତ୍ତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିବା ସହ ଶିକ୍ଷା ସହିତ କ୍ରୀଡାର ଆବଶ୍ୟକତା ସମ୍ବନ୍ଧରେ ଉପସ୍ଥିତ ୪ ଶହରୁ ଅଧିକ ଛାତ୍ରଛାତ୍ରୀଙ୍କୁ ନିଜର ଅଭିଭାଷଣ ପ୍ରଦାନ କରିଥିଲେ ।
ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ କ୍ରୀଡା ଶିକ୍ଷକ ବାବାଜି ଚରଣ ଜେନା, ଅବସରପ୍ରାପ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ଶରତ କୁମାର ରାଉତ,ଅଧ୍ୟାପକ ବିଜୟ କୁମାର ସାହୁ, ଦୁର୍ଯ୍ୟୋଧନ ପଣ୍ଡା, ଶିକ୍ଷକ ବିଜୟ କୁମାର ସାହୁ , ପ୍ରହ୍ଲାଦ ବେହେରା ଓ ପିତାମ୍ବର ସାହୁ ପ୍ରମୁଖ ଯୋଗଦାନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣଚନ୍ଦ୍ର ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶେଷରେ ଗୁରୁଜୀ ଅଜୟ ଗାହାଣ ଧନ୍ୟବାଦ ଅର୍ପଣ କରିଥିଲେ ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l