ଧାନର ଇନପୁଟ୍ ସହାୟତା ରାଶି ବଣ୍ଟନ ପାଇଁ ପ୍ରସ୍ତୁତ ବୈଠକ ଅନୁଷ୍ଠିତ ହୋଇଯାଇଛି l
ନୟାଗଡ଼ (ବ୍ୟୁରୋ ରିପୋର୍ଟ)ତା. ୪/୧୨ :- ଆଜି ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗରୱାଲ ଙ୍କ ଅଧ୍ୟକ୍ଷତାରେ ଡିସେମ୍ବର ମାସ ୮ ତାରିଖରୁ ଶୁଭାରମ୍ଭ ହେବାକୁ ଯାଉଥିବା ଧାନ କୁଇଣ୍ଟାଲ ପ୍ରତି ୮୦୦ ଟଙ୍କା ର ଇନପୁଟ ସହାୟତା ରାଶି ବଣ୍ଟନ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଜିଲ୍ଲା ଯୋଗାଣ ଅଧିକାରୀ, ସହକାରୀ ନିବନ୍ଧକ, ସମବାୟ ସମିତି ସମୂହ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ, କୃଷି ବିଜ୍ଞାନ କେନ୍ଦ୍ର ର ବରିଷ୍ଠ ବୈଜ୍ଞାନିକ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଯୋଗ ଦେଇଥିଲେ l
Comments
Post a Comment
Thank you watching the News, Visit again. Please Share your thoughts with your family and friends. Thank you.