ଜିଲ୍ଲା ପ୍ରଶାସନ ପକ୍ଷରୁ ଦାନଗଦୀ ବ୍ଲକ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ l
ଯାଜପୁର(ଦାନଗଦି ) : - ପ୍ରଶାସନ ଜନସାଧାରଣଙ୍କ ନିକଟରେ ପହଂଚି ସେମାନଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ସମାଧାନ କରିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ପ୍ରଧାନ ଲକ୍ଷ୍ୟ ଅଟେ । ଏଣୁ ଅଭିଯୋଗ ପ୍ରକୋଷ୍ଠରେ ଯୋଗ ଦେଉଥିବା ଜିଲ୍ଲାର ସମସ୍ତ ଅଧିକାରୀମାନେ ନିଷ୍ଠା ଓ ସହୃଦୟତାର ସହ କାର୍ଯ୍ୟ ସଂପାଦନ କଲେ ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି ପ୍ରକ୍ରିୟା ତ୍ୱରାନ୍ୱିତ ହେବା ସହ ଜନସାଧାରଣମାନେ ଅଧିକରୁ ଅଧିକ ଅଭିଯୋଗ ପ୍ରକୋଷ୍ଠରୁ ଲାଭବାନ ହୋଇପାରିବେ ବୋଲି ଆଜି ପୂର୍ବାହ୍ନରେ ଦାନଗଦୀ ବ୍ଲକ କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଡା. ଶୁଭଙ୍କର ମହାପାତ୍ର ଅଧ୍ୟକ୍ଷତା କରି ଉପରୋକ୍ତ ବିଷୟ ପ୍ରକାଶ କରିଚ୍ଥନ୍ତି । ଏହି ମିଳିତ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଡା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲଙ୍କ ଅଧ୍ୟକ୍ଷତା ଓ ସହଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ଜନ ଅଭିଯୋଗ ଶୁଣାଣିରେ କଳିଙ୍ଗ ନଗର ଅତିରିକ୍ତ ଜିଲ୍ଲାପାଳ ଲଙ୍କେଶ୍ୱର ଅମାତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶୋକ କୁମାର ବେହୁରିଆ, ସହକାରୀ ଜିଲ୍ଲାପାଳ ସ୍ୱାଗତିକା ଦାଶ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଏସ୍. ଟପୋ, ଦାନଗଦୀ ବି.ଡି.ଓ. ଶାରଦା ପ୍ରସନ୍ନ ପଣ୍ଡା, ଦାନଗଦୀ ତହସିଲଦାର ଅଶୋକ କୁମାର ତ୍ରିପ...