Posts

Showing posts from July 10, 2024

ଦିତୀୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବ ଉପରେ ମୋହର l

Image
ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) :- ସରିଲା ଦ୍ବିତୀୟ କ୍ୟାବିନେଟ୍। ୫ଟି ପ୍ରସ୍ତାବରେ ବାଜିଲା ମୋହର। ତିନି ଘଣ୍ଟାର ବୈଠକ ପରେ ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସର୍ବନିମ୍ନ ମଜୁରି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ବନିମ୍ନ ମଜୁରି ସଂଶୋଧିତ ହୋଇଛି। ସର୍ବନିମ୍ନ ମଜୁରୀ ୩୫୨ଟଙ୍କା ଥିଲା। ଏହାକୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଅର୍ଦ୍ଧ କୁଶଳୀଙ୍କର ମଜୁରି ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି, କୁଶଳୀମାନଙ୍କର ୫୦୦ ଓ ଉଚ୍ଚ କୁଶଳୀଙ୍କ ମଜୁରି ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଓଡ଼ିଆ ଅସ୍ମିତା ପାଇଁ ୨ଶହ କୋଟିର କର୍ପସ ପାଣ୍ଠି ମଂଜୁରୀ ହୋଇଛି। ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ। ତାଳପତ୍ର ପୋଥି ସଂଗ୍ରହାଳୟ, ବିଭିନ୍ନ ବିଶ୍ବବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ହେବ। ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ ପ୍ରଚେଷ୍ଟା କରାଯିବ। ବାଲିଯାତ୍ରାକୁ ଆନ୍ତର୍ଜାତୀୟ ଉତ୍ସବ ମାନ୍ୟତା ଦିଆଯିବ। କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟାକୁ ତ୍ବରାନ୍ବିତ କରାଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଓଡ଼ିଶାରେ ୧୮୭୮୮ ଶିକ୍ଷକଙ୍କ ତାଲିକା ପ୍ରସ୍ତୁତ କରାଯାଇଛି। ଏମାନଙ୍କୁ ନିଯୁକ୍ତି ଦିଆଯିବ। ଅଚଳ ଓ ସଚଳ ଜଳସେଚନ ପ୍ରକଳ୍ପର ଦୃଢୀକରଣ କରାଯ