Posts

Showing posts from July 12, 2024

ଆଗପଛ ହୋଇ ଆସୁଛି ଦୁଇଟି ଲଘୁଚାପ l

Image
ବ୍ୟୁରୋ ରିପୋର୍ଟ :- ଆଗ ପଛ ହୋଇ ଦୁଇଟି ଲଘୁଚାପ ଆସୁଛି । ଏହା ପ୍ରଭାବରେ ବର୍ଷା ପ୍ରକୋପ ବଢ଼ିବା ସମ୍ଭାବନା ଅଛି । ଆକଳନ କରାଯାଇଛି ଯେ , ଉତ୍ତର ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖ ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ।ଉତ୍ତର ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତିରେ ବଜ୍ରପାତ ଆଶଙ୍କା ରହିଛି । ପାଣିପାଗ ବିଭାଗ ଦୁଇ ସପ୍ତାହ ପାଇଁ ଜାରି କରିଥିବା ବିସ୍ତାରିତ ପୂର୍ବାନୁମାନ ଅନୁସାରେ ଜୁଲାଇ ୧୧ରୁ ୧୮ ତାରିଖ ଭିତରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଭଲ ବର୍ଷା ସମ୍ଭାବନା ଅଛି । ସେହିପରି ୧୯ ତାରିଖବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି, ଯାହାକି ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଏହା ବି ଉତ୍ତର-ପଶ୍ଚିମକୁ ମୁହାଁଇପାରେ । ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି ।୧୪