ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ମିଳିତ ଅଭିଯୋଗ ଶୁଣାଣୀ l
ଯାଜପୁର (ଦାନଗଦି) ତା୨୨/୭:- ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ନିଖିଲ ପବନ କଲ୍ୟାଣ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନିତ ଅଗ୍ରୱାଲ ଙ୍କ ଅଧ୍ୟକ୍ଷତାରେ ଦାନଗଦି ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଯାଅଛି।ଉକ୍ତ ଶିବିରରେ ଜିଲ୍ଲାପଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ନିଖିଲ ପବନ କଲ୍ୟାଣ ଯୋଗଦେଇ କହିଲେ ଯେ ରାଜ୍ୟ ସରକାରଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକ୍ରିୟା ଏକ ସୁଦୂର ପ୍ରସାରି କାର୍ଯ୍ୟକ୍ରମ ଯେଉଁଥିରେ ଜନସାଧରଣ ବହୁଳ ମାତ୍ରାରେ ସରକାରଙ୍କର ବିଭିନ୍ନ ଯୋଜନ ର ସଫଳ ଫାଇଦା ପାଇପାରୁଛନ୍ତି । ପ୍ରଶାସନ ଲୋକମାନଙ୍କ ନିକଟତର ହୋଇ ସେମାନଙ୍କର ବିଭିନ୍ନ ଆପତ୍ତିଅଭିଯୋଗ ଗୁଡ଼ିକର ଜନଶୁଣାଣୀଶିବିର ମାଧ୍ୟମରେ ସମାଧାନ କରି ସେମାନଙ୍କୁ ତ୍ଵରିତ ସେବା ପ୍ରଦାନ କରିବା ମୂଳ ଲକ୍ଷ୍ୟ ବୋଲି ଜିଲ୍ଲାପାଳ ପ୍ରକଶ କରିବ ସହ ବିଭାଗୀୟ ଅଧିକରୀମାନଙ୍କୁ ପଠାଯାଇଥିବା ଅଭିଯୋଗ ପତ୍ର ଗୁଡିକୁ ସମ୍ପୃକ୍ତ ଅଧିକାରୀମାନେ ବିଳମ୍ବ ନ କରି ଆପତ୍ତି ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବାସହ କୌଣସି ଅଧିକାରୀଙ୍କ ନିକଟରେ ଯେପରି ଗୋଟିଏ ଅଭିଯୋଗ ସମଧାନ ରେ ବିଳମ୍ବ ନହୁଏ ସେପ୍ରତି ଯତ୍ନବାନ୍ ହେବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଆଜିର ଏହି ମିଳିତ ଅଭିଯୋଗ ଶୁଣାଣୀ ଶିବିରରେ ଅତିରିକ୍ତ ଜି...