"ସ୍ବଚ୍ଛତା ହିଁ ସେବା" ଅଭିଯାନର ସଫଳ ରୂପାୟନ ପାଇଁ ପ୍ରସ୍ତୁତି ବୈଠକ ।
ଯାଜପୁର ତା ୧୩,୦୯ :- ଗତକାଲି ଅପରାହ୍ନରେ ଜିଲ୍ଲାପାଳଙ୍କ ଓସୱାନ ସମ୍ମିଳନୀ କକ୍ଷରେ ଜିଲ୍ଲାରେ ସ୍ବଚ୍ଛତା ହିଁ ସେବା ଅଭିଯାନର ସଫଳ ରୂପାୟନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀମତୀ ପି. ଅନୁଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସ୍ବଛତା ପକ୍ଷ ସେପ୍ଟେମ୍ବର ୧୭ ରୁ ଆରମ୍ଭ ହୋଇ ଅକ୍ଟୋବର ୨ ତାରିଖ ଗାନ୍ଧିଜୟନ୍ତୀ ପର୍ଯ୍ୟନ୍ତ ଚାଲିବ । ଚଳିତ ବର୍ଷର ବିଷୟବସ୍ତୁ "ସ୍ବଭାବ ସ୍ବଚ୍ଛତା ସଂସ୍କାର ସ୍ବଚ୍ଛତା"। ସ୍ବଚ୍ଛତା କାର୍ଯ୍ୟକ୍ରମରେ ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସମସ୍ତ ବ୍ୟକ୍ତି ସାମିଲ ହେବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ସ୍ବଚ୍ଛତା କାର୍ଯ୍ୟକ୍ରମରେ ସମସ୍ତଙ୍କର ଯୋଗଦାନ, ସଂମ୍ପୁର୍ଣ୍ଣ ସ୍ବଚ୍ଛତା, ସଫେଇ କର୍ମଚାରୀଙ୍କ ସୁରକ୍ଷା ପରି ବିଭାଗରେ ବିଭକ୍ତ କରାଯାଇଛି । ଏହି ପରିପ୍ରେକ୍ଷୀରେ କାର୍ଯ୍ୟାଳୟ , ଜାତୀୟ ରାଜପଥ, ଜଙ୍କସନ, ବ୍ଳକ ମହକୁମା, ହାଟ, ମାର୍କେଟ କମ୍ପ୍ଲେକ୍ସ , ବସଷ୍ଟାଣ୍ଡ ଇତ୍ୟାଦି ସର୍ବସାଧାରଣ ସ୍ଥାନ ଓ ଅଳିଆ ଆବର୍ଜନା ପକାଯାଉଥିବା ସ୍ଥାନ (ଡମ୍ପିୟାର୍ଡ) ସଫା କରାଯିବ। ବିଦ୍ୟାଳୟ ଓ ମହା ବିଦ୍ୟାଳୟ ସ୍ତରୀୟ ଚିତ୍ରାଙ୍କନ ପ୍ରବନ୍ଧ, ବକ୍ତୃତା, ସ୍ଲୋଗାନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବ । ଏତଦବ୍ୟତୀତ ୱାଲ ପେଣ୍ଟିଙ୍ଗ, ସଫେଇ କର୍ମଚାରୀଙ୍କ ସୁରକ୍ଷା କାର୍ଯ୍ୟକ୍ରମ, ବୃକ୍ଷରୋପଣ, ଆଦି କାର୍ଯ୍ୟକ୍ର...