ପୁଜାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା l
ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) :- ଦୂର୍ଗା ପୂଜା ଓ ଦଶହରା ପର୍ବ ପାଳନ ପାଇଁ ସାରା ରାଜ୍ୟରେ ଭିନ୍ନ ଭିନ୍ନ ପ୍ରକାରର ପୂଜା ଅନୁଷ୍ଠିତ ହେଉଛି l ବିଭିନ୍ନ ପ୍ରକାରର ତୋରଣ ସାଙ୍ଗକୁ ଆକର୍ଷଣୀୟ ସାଜସଜ୍ଜା ଲୋକମାନଙ୍କୁ ବିଶେଷ ଆକ୍ରୁଷ୍ଟ କରିଥିବା ଦେଖିବାକୁ ମିଳିଛି l ସେହିପରି ଆଜି ଜଗତ ଜନନୀ ମା' ଦୁର୍ଗାଦେବୀଙ୍କ ମହାଷଷ୍ଠୀ ପୂଜା। ରାଜ୍ୟର ବିଭିନ୍ନ ମଣ୍ଡପରେ ପୂଜା ପାଇବେ ଦୁର୍ଗତିନାଶିନୀ। ଜଗତଜନନୀ ମାଆ ଦୁର୍ଗାଙ୍କ ଆଗମନ ପାଇଁ ଚଳଚଞ୍ଚଳ ହୋଇଛି ଧରାପୃଷ୍ଠ। ଆଜି ପୀଠରେ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାଷଷ୍ଠୀ ପୂଜା ରହିଛି। ଏଥିପାଇଁ ସବୁଠି ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ଓ ଉତ୍ସାହର ପରିବେଶ। ବିଲ୍ୱବରଣ ପରେ ମାଆଙ୍କୁ ଆବାହନ କରାଯାଇ ମଣ୍ଡପରେ ପୂଜା କରାଯିବ। ଏଥିପାଇଁ ରାଜଧାନୀ ଭୁବନେଶ୍ୱର ସମେତ କଟକ ଏବଂ ଗ୍ରାମାଞ୍ଚଳରେ ବିଭିନ୍ନ ପୂଜାମଣ୍ଡପରେ ବ୍ୟାପକ ଆୟୋଜନ କରାଯାଇଛି। ସୁନା, ଚାନ୍ଦି ମେଢରେ ମାଆଙ୍କ ମୃଣ୍ମୟୀ ମୂର୍ତ୍ତି ସୁସଜ୍ଜିତ ହୋଇଛି। ଦୁର୍ଗାପୂଜା ବେଳେ ରାଜଧାନୀର ପୂଜା ମଣ୍ଡପ କର୍ତ୍ତୃପକ୍ଷଙ୍କ ଲାଗି ମଣ୍ଡପଗୁଡ଼ିରେ ଉତ୍ତମ ପରିଚାଳନା ଓ ପରିବେଶ ସୁରକ୍ଷା ପାଇଁ କିଛି ସ୍ବତନ୍ତ୍ର ଗାଇଡଲାଇନ୍ ଜାରି କରିଛି ବିଏମସି। ଚଳିତ ବର୍ଷ ଦୁର୍ଗାପୂଜା ପାଳନ ବେଳେ ସହରରେ ବିଭିନ୍ନ ମଣ୍ଡପକୁ ନିରାପଦ, ସୁରକ୍ଷିତ ଏବଂ ସ୍ଵଚ୍ଛ ପରିବେଶ କରିବା ଲାଗି ପ