Posts

Showing posts from November 7, 2024

ନୀଳାଚଳ ଇସ୍ପାତ କାରଖାନା ଦ୍ଵାରା ନୂତନ ଶ୍ରେଣୀଗୃହ ଉଦଘାଟିତ l

Image
ଯାଜପୁର (ବ୍ୟୁରୋ ରିପୋର୍ଟ) :- ଚଳିତ ମାସ ୭ ତାରିଖରେ ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ ଅନ୍ତର୍ଗତ ଓଲ୍ଲଳ ଗ୍ରାମରେ ଶିକ୍ଷାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଓଲ୍ଲଳ ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍ ଦ୍ୱାରା ନିର୍ମିତ ନୂତନ ଶ୍ରେଣୀଗୃହ କୁ (ଏନ୍‌ଆଇଏନ୍‌ଏଲ୍‌)ର ପରିଚାଳନା ନିର୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଧୀର କୁମାର ମେହେଟ୍ଟା ଉଦଘାଟନ କରିଛନ୍ତି। ଏହି ଅବସରରେ ଓଲ୍ଲଳ ଗ୍ରାମ ପଞ୍ଚାୟତର ସରପଞ୍ଚ ଲକ୍ଷ୍ମୀପ୍ରିୟା ଜେନା, ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସ୍ଥାନୀୟ କମ୍ୟୁନିଟି ସଦସ୍ୟ ଏବଂ ବିଦ୍ୟାଳୟ ପରିଚାଳନା ସମିତି (ଏସ୍‌ଏମ୍‌ସି) ସଦସ୍ୟମାନେ ସାମିଲ ହୋଇଥିଲେ। ଏହି ଅବସରରେ ଏନଆଇଏନଏଲ କର୍ମଚାରୀମାନେ ସ୍ୱେଚ୍ଛାକୃତ ଭାବେ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ପାଇଁ, ଫୁଟ ବଲ, ଫ୍ଲାଇଂଡିଶ, ଦଉଡି ଡିଆଁ ଏବଂ ବ୍ୟାଟ ଭଳି ବିଭିନ୍ନ କ୍ରିଡା ଉପକରଣ ଆଦି ପ୍ରଦାନ କରିଥିଲେ। ୧୬୦୦ ବର୍ଗଫୁଟ ପରିମିତ ଅଞ୍ଚଳରେ ନିର୍ମିତ ଏହି ଶ୍ରେଣୀଗୃହ କାରଖାନାର ଆଖପାଖ ଗ୍ରାମାଞ୍ଚଳ ଓ ଆଦିବାସୀ ସମ୍ପ୍ରଦାୟର ପିଲାଙ୍କ ପାଇଁ ଶିକ୍ଷାଦାନ ରେ ସକାରାତ୍ମକ ବାତାବରଣ ସୃଷ୍ଟି କରିବ । ଏନ୍‌ଆଇଏନ୍‌ଏଲ୍ ସହଯୋଗରେ ଏହା ହୋଇପାରିଛି। ଏହା ଆଖପାଖ ଗାଁର ପ୍ରାୟ ୧୯୦ ଜଣ ଛାତ୍ରଛାତ୍ରୀଙ୍କୁ ଉନ୍ନତ ଶିକ୍ଷାଦାନ ବାତାବରଣ ପ୍ରଦାନ କରିବ। ଉଦଘାଟନୀ ଉତ୍ସବରେ ସୁଧୀର କୁମାର ମ

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା'ର ଶୁଭାରମ୍ଭ କରାଯିବ- ମୁଖ୍ୟମନ୍ତ୍ରୀ

Image
ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) : - ପ୍ରାଥମିକ ଶିକ୍ଷା ରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ରାଜ୍ୟରେ ଖୁବ୍ ଶୀଘ୍ର 'ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା'ର ଶୁଭାରମ୍ଭ କରାଯିବ। ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ।ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ। ବୈଠକରେ ଐତିହ୍ୟ ବିଦ୍ୟାଳୟ ଗୁଡିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ଯୋଜନାରେ ରାଜ୍ୟର ୧୦୦ ବର୍ଷରୁ ଉର୍ଦ୍ଧ୍ୱ ପୁରାତନ ବିଦ୍ୟାଳୟ କିମ୍ବା ସ୍ୱାଧୀନତା ପୂର୍ବ ସମୟର ପୁରାତନ ବିଦ୍ୟାଳୟ ଗୁଡିକର ବିକାଶ କରାଯାଇ ଏହାର ଐତିହ୍ୟ ଓ ଐତିହାସିକ ଗୌରବର ପୁନଃପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନି