ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କ ପାଇଁ ମାସିକ ୩୦ ହଜାର ଟଙ୍କା ସମ୍ମାନ ସୂଚକ ସହାୟକ ରାଶି - ମୁଖ୍ୟମନ୍ତ୍ରୀ l
ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) ୯ ନଭେମ୍ବର :- ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ହଜାର ଟଙ୍କାର"ସମ୍ମାନ ସୂଚକ ସହାୟକ ରାଶି" ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ l ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି ।