Posts

Showing posts from December 14, 2024

୧୮ତମ ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ (YATS)ସମାରୋହ ଅନୁଷ୍ଠିତ l

Image
ଭୁବନେଶ୍ୱର, ୧୩/୧୨(ବ୍ୟୁରୋ ରିପୋର୍ଟ) :- ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ (ୟ୍ୟାଟ୍‌ସ)ର ୧୮ତମ ଗ୍ରାଣ୍ଡ ଫିନାଲେ ଭୁବନେଶ୍ୱରର ପଠାଣି ସାମନ୍ତ ପ୍ଲାନେଟୋରିୟମ ଠାରେ ଅନୁଷ୍ଠିତ ହୋଇଯାଇଛି।  ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମହାନ ଜ୍ୟୋତିର୍ବିଦ ପଠାଣି ସାମନ୍ତଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଉପସ୍ଥିତ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, ୧୮୩୫ ମସିହାରେ ନୟାଗଡ ଖଣ୍ଡପଡାର ପଠାଣି ସାମନ୍ତ ଦୁଇ ଖଣ୍ଡ ବାଉଁଶ ନଳୀରେ ମହାକାଶ ରେ ଗ୍ରହ ନକ୍ଷତ୍ରର ଗତିବିଧିକୁ ଲକ୍ଷ୍ୟ କରି ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ନିର୍ଦ୍ଧାରଣ କରି ଅସମ୍ଭବକୁ ସମ୍ଭବ କରି ଦେଖାଇଥିଲେ। ସେହିଭଳି ଜ୍ୟୋତିର୍ବିଜ୍ଞାନର ଜନକ ଆର୍ଯ୍ୟଭଟ୍ଟ ପ୍ରଥମେ ନିର୍ଣ୍ଣୟ କରିଥିଲେ ପୃଥିବୀ ନିଜ ଅକ୍ଷ ଚାରିପଟେ ଆବର୍ତ୍ତନ କରୁଛି। ବ୍ରହ୍ମଗୁପ୍ତଙ୍କ ଗଣିତ, ବରାହମିହିରଙ୍କ ବୃହତ ସଂହିତା, ଭାସ୍କରଙ୍କ ସିଦ୍ଧାନ୍ତ ଶିରୋମଣୀ, ଭାରତ ଜ୍ୟୋତିର୍ବିଜ୍ଞାନକୁ ଋଦ୍ଧିମନ୍ତ କରିଛି। ଆଧୁନିକ ଜଗତରେ ଯେତେବେଳେ ବି ମହାକାଶ ବିଜ୍ଞାନର ଚର୍ଚ୍ଚା ହେବ, ଭାରତୀୟ ସଂସ୍କୃତିର ଅବଦାନ ବିନା ଏହା ଅସମ୍ପୂର୍ଣ୍ଣ ରହିବ ବୋଲି ସେ କହିଥିଲେ।  ସେ ଆହୁରି ପୁଣି କହିଥିଲେ ଯେ, ବିଶ୍ୱର ପ୍ରଥମ ପାଞ୍ଚ ଗୋଟି ମହାକାଶ ବି...