୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦଲେ ପ୍ରଧାନମନ୍ତ୍ରୀ l

ଭୁବନେଶ୍ୱର, ୧୦ ଜାନୁୟାରୀ,(ବ୍ୟୁରୋ ରିପୋର୍ଟ ) :- ରାଜଧାନୀ ଭୁବନେଶ୍ୱରରେ ଆୟୋଜିତ ହେଉଛି ୧୮ତମ ପ୍ରବାସୀ ଭାରତୀୟ ଦିବସ। ଗତକାଲି (୯ ଜାନୁୟାରୀ,୨୦୨୫) ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ଜନତା ମଇଦାନ ଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦେଇ ଉପସ୍ଥିତ ସମସ୍ତ ପ୍ରବାସୀ ଭାରତୀୟ ଅତିଥି ଏବଂ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ପ୍ରଦର୍ଶନୀ କକ୍ଷ ବୁଲି ଦେଖିଥିଲେ।
ପ୍ରଦର୍ଶନୀ କକ୍ଷରେ ପ୍ରାଚୀନ ଓଡ଼ିଶା ଇତିହାସ ଠାରୁ ଆରମ୍ଭ କରି ଆଧୁନିକ ଓଡ଼ିଶା ଇତିହାସ, ପାଇକ ବିଦ୍ରୋହ ଠାରୁ ନେଇ ଓଡ଼ିଶାକୁ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ମିଳିବାର ଗୌରବମୟ ଯାତ୍ରାକୁ ଖୁବ ସୁନ୍ଦର ଭାବେ ପ୍ରଦର୍ଶିତ କରାଯାଇଛି। ଓଡ଼ିଶାର କଳା,ଭାସ୍କର୍ଯ୍ୟ,ସାହିତ୍ୟ ଓ ସଂସ୍କୃତିର ଝଲକ ପ୍ରଦର୍ଶନୀ କକ୍ଷରେ ଦେଖିବାକୁ ମିଳୁଛି।


Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !

ସ୍ବାମୀ ସ୍ତ୍ରୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର।