ଝାଡେଶ୍ୱର ମହାବିଦ୍ୟାଳୟର ବାର୍ଷିକୋତ୍ସବ ପାଳିତ l
ଯାଜପୁର /ଦାନଗଦୀ :- ଦାନଗଦୀ ବ୍ଲକ ର ଏକମାତ୍ର ମହାବିଦ୍ୟାଳୟ ଝାଡେଶ୍ବର ମହାବିଦ୍ୟାଳୟର ବାର୍ଷିକୋତ୍ସବ ୨୦୨୪-୨୫ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ହସ୍ତତନ୍ତ ଓ ବୟନଶିଳ୍ପ(ଓଡିଶା) ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର କୁଶ ଚନ୍ଦ୍ର ପ୍ରଧାନ,ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ର ସଭାପତି ଶ୍ରୀଯୁକ୍ତ ଦୀନବନ୍ଧୁ ପୃଷ୍ଟି, ମନ୍ତ୍ରୀଙ୍କ ପ୍ରତିନିଧି ଶ୍ରୀଯୁକ୍ତ ପ୍ରଶାନ୍ତ ରାୟ, ଦାନଗଦୀ ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ସେଠୀ, ଯୁବ ମୋର୍ଚ୍ଚା ସଭାପତି ଶ୍ରୀଯୁକ୍ତ ବିଶ୍ୱଜିତ୍ ରାଜ ଯୋଗ ଦେଇଥିଲେ l ଅତିଥି ମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ବଳନ ପରେ ରାଷ୍ଟ୍ରୀୟ ସଙ୍ଗୀତ ଗାନ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମ ରେ +୨ ଅଧ୍ୟକ୍ଷ ପ୍ରଫେସର ଡ. ଅକ୍ଷୟ କୁମାର ପଣ୍ଡା ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ, ଅଧ୍ୟାପକ ଡ. କ୍ଷିରୋଦ ଚନ୍ଦ୍ର ବେହେରା ବାର୍ଷିକ ବିବରଣୀ ପାଠ କରିଥିଲେ l ମହାବିଦ୍ୟାଳୟର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ କୁ ତ୍ୱରାନ୍ୱିତ କରିବା ପାଇଁ ମାନ୍ୟବର ମନ୍ତ୍ରୀ ଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଦୃଷ୍ଟି ଆକର୍ଷଣ କରିଥିଲେ l ମନ୍ତ୍ରୀ ଡ. ବଳ ସାମନ୍ତ ଏହାକୁ କ୍ରମାନ୍ୱୟରେ ସମାପନ କରିବାକୁ ପ୍ରତିଶ୍ରୁତି ମଧ୍ଯ ଦେଇଥିଲେ l ଏହି ଅବସରରେ କଳାକାର ଓ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା lବିଭିନ୍ନ ଅନୁଷ୍ଠାନ ଓ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ l ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା କାର୍ଯ୍ୟକ୍ରମ ପରିଚାଳନା ରେ ପୁର୍ଣ୍ଣ ସହୋଯାଗ କରିଥିଲେ l ପରିଶେଷରେ +୩ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l
Comments
Post a Comment
Thank you watching the News, Visit again. Please Share your thoughts with your family and friends. Thank you.