କଳାହାଣ୍ଡିରେ ଅନ୍ତ୍ୟୋଦୟ ଗୃହ ଯୋଜନାର ରାଜ୍ୟସ୍ତରୀୟ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ l
ଭୁବନେଶ୍ୱର ତା ୩୦/୦୩(ବ୍ୟୁରୋ ରିପୋର୍ଟ) : -୭୦ ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ ହେବ ଏବଂ ସମସ୍ତଙ୍କୁ ପକ୍କା ଘର ମିଳିବ। ଅନ୍ତ୍ୟୋଦୟ ଗୃହ ଯୋଜନାରେ ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ । ଆଜି କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି । ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ହିନ୍ଦୁ ନବ ବର୍ଷର ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ। ମୁଖ୍ୟମନ୍ତ୍ରୀ କହିଥିଲେ , ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ୨୦୧୮ ମସିହାରେ ସମସ୍ତଙ୍କୁ ପକ୍କା ଘର ଯୋଗାଇଦେଇ ଏହି ସମସ୍ୟାର ସମାଧାନ ପାଇଁ ଘୋଷଣା କରିଥିଲେ । ସେଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ସହରୀ ଓ ଗ୍ରାମୀଣ ଆଦି ଯୋଜନା କାର୍ଯ୍ୟକାରୀ ହେଉଛି । ଏହାକୁ ଆହୁରି ଜୋରଦାର କରାଯାଇ ଓଡିଶାରେ ଆମେ ଆରମ୍ଭ କରିଛୁ ଅନ୍ତ୍ୟୋଦୟ ଗୃହ ଯୋଜନା । ଏହା ଦ୍ୱାରା ସମସ୍ତଙ୍କ ପାଇଁ ଘର ସୁନିଶ୍ଚିତ କରାଯାଇ ପାରିବ । ଆଜି ପ୍ରଥମ ଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନା...