Posts

Showing posts from May, 2025

ଉଦ୍‍ଘାଟନ ନୁହେଁ କି ଶିଳାନ୍ୟାସ ନୁହେଁ, ଏହି ପ୍ରକଳ୍ପ ଗୁଡିକ ହେଉଛି ସମୃଦ୍ଧ ଓଡିଶା ନିର୍ମାଣର ଶୁଭାରମ୍ଭ- ମୁଖ୍ୟମନ୍ତ୍ରୀ l

Image
ଯାଜପୁର /କଳିଙ୍ଗନଗର ତା ୨୨/୦୫/୨୦୨୫ :- ଓଡିଶାର ସମୃଦ୍ଧ ଶିଳ୍ପ ଇତିହାସରେ ଆଉ ଏକ ସଫଳତାର ପୃଷ୍ଠା ଯୋଡି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁରର କଳିଙ୍ଗନଗର ଠାରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦ୍‌ଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ, ସମୁଦାୟ ୨୦ଟି ପ୍ରକଳ୍ପର ଶିଳାନ୍ୟାସ ଓ ୪ଟି ନୂତନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି । ଏହା ଦ୍ୱାରା ପ୍ରାୟ ୩୬ ହଜାର ନୂତନ ନିଯୁକ୍ତି ସୃଷ୍ଟି ହୋଇଛି । ଆଜି ପ୍ରାୟ ୪୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଏବଂ ପ୍ରାୟ ୬୬ ହଜାର କୋଟି ଟଙ୍କାର ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଯାଜପୁର ଜିଲ୍ଲାରେ ହୋଇଛି।  ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଏହି କାର୍ଯ୍ୟକ୍ରମ, ଶିଳାନ୍ୟାସ ନୁହେଁ, କି ଉଦ୍‌ଘାଟନ ନୁହେଁ, ଏହା ହେଉଛି ସମୃଦ୍ଧ ଓଡ଼ିଶାର ଭବିଷ୍ୟତର ନିର୍ମାଣ । ଏହିସବୁ ପ୍ରକଳ୍ପ ଯୋଗୁଁ ୩୬ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି । ଏହା ଏକ ସଂଖ୍ୟା ନୁହେଁ । ପ୍ରତ୍ୟେକ ନିଯୁକ୍ତିର ଅର୍ଥ ହେଉଛି ଆମ ଗାଁର ଜଣେ ଯୁବକଙ୍କୁ ଆଉ ନିଯୁକ୍ତି ବାହାରକୁ ଯିବାକୁ ପଡ଼ିବ ନାହିଁ । ରାଜ୍ୟରେ ନିଯୁକ୍ତିର ଏକ ନୂଆ ଲହର ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି କଳିଙ୍ଗ ନଗର ଠାରେ ୨୦ଟି ଶିଳ୍ପର ଶିଳାନ୍ୟାସ କରାଗଲା । ଏହା ସମ୍ଭବ ହୋଇଛି, ଆମ ସରକାରଙ୍କ ଦୃଢ଼ ଇଚ୍ଛାଶକ୍ତି ...