Posts

Showing posts from February 9, 2025

ଓଡିଶାର ଶିଳ୍ପାୟନର ଯାତ୍ରାରେ ଯାଜପୁର ହେବ ଅଗ୍ରଣୀ ନାୟକ - ମୁଖ୍ୟମନ୍ତ୍ରୀ

Image
ଭୁବନେଶ୍ବରର ୦୮/୦୨(ବ୍ୟୁରୋ ରିପୋର୍ଟ) :- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁର ଜିଲ୍ଲା ମହୋତ୍ସବ 'ଯଯାତି -୨୦୨୫' ର ଉଦଘାଟନ କରି ପ୍ରାୟ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯାଜପୁର ହେଉଛି ସୁଯୋଗ ଓ ସମ୍ଭାବନାର ଏକ ସୁବର୍ଣ୍ଣକ୍ଷେତ୍ର । ଯାଜପୁରରେ ଆଜି ସମୁଦାୟ ୮୨୯ କୋଟି ୭୬ ଲକ୍ଷ ଟଙ୍କାର ୮୩ ଟି ପ୍ରକଳ୍ପ ଉଦଘାଟିତ ହୋଇଥିବା ବେଳେ, ୧୭୦ କୋଟି ଟଙ୍କାର ୭୭ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି। ଏଥିରେ ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ଜଳ ସମ୍ପଦ, ବିଦ୍ୟୁତ ପରିବହନ, ସଡକ, ସେତୁ, କେନାଲ ଆଦି ଭିତ୍ତିଭୂମି ଓ ପର୍ଯ୍ୟଟନ ପ୍ରକଳ୍ପ ରହିଛି । ଗୁରୁତ୍ଵପୂର୍ଣ୍ଣ ପ୍ରକଳ୍ପ ମଧ୍ୟରେ ବ୍ୟାସ ନଗରରେ ପ୍ରାୟ ୭୮ କୋଟି ଟଙ୍କାର ବ୍ୟାସ ନଗରଠାରେ ବ୍ୟାସ ସରୋବର ଓ ଟାଉନ ହଲ ଉଦଘାଟିତ ହୋଇଛି। ଯାଜପୁରରେ ଏକ ନର୍ସିଂ କଲେଜ ପ୍ରତିଷ୍ଠା ପାଇଁ ଭିତ୍ତିପ୍ରସ୍ତର ରଖା ଯାଇଛି ।  ଯାଜପୁର ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାର ବିକାଶ ପାଇଁ ଯଯାତି କେଶରୀ ମେଡିକାଲ କଲେଜ ଓ ହସ୍ପିଟାଲ ଖୋଲାଯାଇଛି । ଆଜି ଏହାର ଉଦଘାଟନ ମଧ୍ୟ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ଏହାର ନାମ ପରିବର୍ତ୍ତନ କରାଯାଇଛି । ଏହାକୁ 'ମହାରାଜା ଯଯାତି କେଶରୀ ମେଡିକାଲ୍ କଲେଜ୍ ଓ ହସ୍ପିଟାଲ' ଭାବରେ ନାମିତ କରାଯାଇଛି । ଏହା ...