Posts

Showing posts from February 22, 2025

୭୩ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ – ୨୦୨୫ ଶୁଭାରମ୍ଭ l

Image
କଟକ, ତା ୨୨/୦୨(ବ୍ୟୁରୋ ରିପୋର୍ଟ) :- ଆଜି କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୩ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ – ୨୦୨୫ ଶୁଭାରମ୍ଭ ହୋଇ ଯାଇଛି । ଶ୍ରୀ ଆର. ପି. କୋଚେ, ଆଇପିଏସ, ନିର୍ଦ୍ଦେଶକ, ଗୁଇନ୍ଦା, ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରିଥିଲେ ।  ଖେଳ ପରସ୍ପର ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଭାବନା ସୃଷ୍ଟି କରିଥାଏ। ଏଭଳି ଚାମ୍ପିୟନସିପ ପୋଲିସ ଅଧିକାରୀ/ କର୍ମଚାରୀଙ୍କ ଆତ୍ମବିଶ୍ଵାସ ବୃଦ୍ଧି, ଅନୁଶାସନ ତଥା କର୍ତ୍ତବ୍ୟ ପ୍ରତି ଉତ୍ସର୍ଗୀକୃତ ମନୋଭାବ ବୃଦ୍ଧି ପାଇଥାଏ ବୋଲି ଗୁଇନ୍ଦା ନିର୍ଦେଶକ ଶ୍ରୀ କୋଚେ ମତବ୍ୟକ୍ତ କରିଥିଲେ । ରାଜ୍ୟ, ଜିଲ୍ଲା, ରେଞ୍ଜ ସ୍ତରର ଖେଳାଳିମାନେ ଏହି ଟୁର୍ନାମେଣ୍ଟରେ ସାମିଲ ହୋଇଥିବାରୁ ପରସ୍ପର ମଧ୍ୟରେ ଉତ୍ତମ ସମ୍ମନ୍ଵୟ ସୃଷ୍ଟିହେବ ବୋଲି ମଧ୍ୟ ସେ ମତବ୍ୟକ୍ତ କରିଥିଲେ।  ଏହି ଅବସରରେ ଚାମ୍ପିୟନସିପ ଆୟୋଜନ ଓ ପରିଚାଳନା ନିମନ୍ତେ ସେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କୁ ମଧ୍ୟ ଧନ୍ଯବାଦ ଜଣାଇଥିଲେ।  ଏହି ଚମ୍ପିୟାନସିପରେ ସାରା ରାଜ୍ୟର ବିଭିନ୍ନ ରେଞ୍ଜ ଏବଂ ବାଟାଲିୟନରୁ ୪୧ ଟି ପୋଲିସ ଟିମ ଅଂଶ ଗ୍ରହଣ କରିଥିବା ବେଳେ ସମୁଦାୟ ୭୯୭ ଜଣ ଖେଳାଳି ସାମିଲ ହୋଇଛନ୍ତି। ୬୬୫ ଜଣ ପୁରୁଷ ଓ ୧୩୨ ...