Posts

Showing posts from February 24, 2025

ବିଶ୍ୱାସ, ପରମ୍ପରା, ଦିବ୍ୟତ୍ୱର ମହାନ୍ ସଙ୍ଗମ ହେଉଛି ତ୍ରିବେଣୀ ସଙ୍ଗମ - ମୁଖ୍ୟମନ୍ତ୍ରୀ l

Image
ଭୁବନେଶ୍ୱର, ତା. ୨୩ /୦୨(ବ୍ୟୁରୋ ରିପୋର୍ଟ) :- ମହାକୁମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପ୍ରୟାଗ ରାଜ୍ ଗସ୍ତ କରି ତ୍ରିବେଣୀ ସଙ୍ଗମ ସ୍ଥଳରେ ସ୍ନାନ କରିଛନ୍ତି। ଏହା ସହିତ ପୂଜା ଓ ଆରତି ମଧ୍ୟ କରିଛନ୍ତି। ଏହି ଅବସରରେ ଗଣ ମାଧ୍ୟମ ଆଗରେ ନିଜର ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ପ୍ରୟାଗ ରାଜ୍ ତ୍ରିବେଣୀ ସଂଗମରେ ସ୍ନାନ କରିବା ଏକ ଅତ୍ୟନ୍ତ ଆଧ୍ୟାତ୍ମିକ ଅନୁଭବ। ଏହା କେବଳ ଗଙ୍ଗା, ଯମୁନା, ସରସ୍ଵତୀ ର ସଙ୍ଗମ ସ୍ଥଳ ନୁହେଁ, ଏହା ହେଉଛି ବିଶ୍ଵାସ, ପରମ୍ପରା ଓ ଦିବ୍ୟତ୍ୱର ସଙ୍ଗମ ସ୍ଥଳ ବୋଲି ସେ କହିଛନ୍ତି।ଏହି ଅବସରରେ ପ୍ରାର୍ଥନା କରି ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଭାରତର ଆତ୍ମିକ ଉତ୍ତରଣରେ ପ୍ରଧାନମନ୍ତ୍ରୀଙ୍କର ଗୃରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତାଙ୍କ ଦୂରଦୃଷ୍ଟି ଓ ମହାନ୍ ଦୃଷ୍ଟିକୋଣ ଯୋଗୁ ଦେଶର ଛୋଟ ଛୋଟ ଗାଁ ରୁ ବଡ଼ ବଡ଼ ସହର ପର୍ଯ୍ୟନ୍ତ ସମସ୍ତେ ଭାରତୀୟତାର ମହାନ୍ ଅନୁଭବରେ ଉଦବୁଦ୍ଧ ହୋଇଛନ୍ତି। ତାଙ୍କ ପ୍ରେରଣାରେ ଦେଶ ଓ ରାଜ୍ୟର ସେବା କରିବା ପାଇଁ ସୁଯୋଗ ମିଳିଥିବାରୁ ସେ ଅତ୍ୟନ୍ତ ଆନନ୍ଦିତ ବୋଲି ମତ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ...

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୩୦୦ କୋଟି ଟଙ୍କାର ସୁଧ ଫେରସ୍ତ ହେବ- ମୁଖ୍ୟମନ୍ତ୍ରୀ l

Image
ଭୁବନେଶ୍ୱର, ତା ୨୨/୦୨(ବ୍ୟୁରୋ ରିପୋର୍ଟ) :- ସୌଭାଗ୍ୟଦାୟିନୀ ଶକ୍ତିର ପ୍ରତିରୂପ ହେଉଛନ୍ତି ଆମ ସୁଭଦ୍ରା ମା’ ମାନେ । ସୁଭଦ୍ରା ମା’ମାନଙ୍କ ମଧ୍ୟରେ ରହିଛି ଅସୀମ ଶକ୍ତି । ତେଣୁ, ସେମାନେ ହେଉଛନ୍ତି “ସୁଭଦ୍ରା ଶକ୍ତି”। ସୁଭଦ୍ରା ମା’ମାନଙ୍କ ସେଇ ଅନ୍ତର୍ନିହିତ ଶକ୍ତିର ଜାଗରଣ ପାଇଁ ଆମ ସରକାର, ଆଜି ଏହି “ସୁଭଦ୍ରା ଶକ୍ତି” ମେଳାର ଆୟୋଜନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ଜନତା ମୈଦାନ ଠାରେ ଆୟୋଜିତ ସୁଭଦ୍ରା ଶକ୍ତି ମେଳାର ଉଦ୍‌ଘାଟନୀ ସମାରୋହରେ କହିଛନ୍ତି ।  ଆଜି ଆରମ୍ଭ ହୋଇଥିବା ଏହି ସୁଭଦ୍ରା ଶକ୍ତି ମେଳାରେ ୭୦୦ ରୁ ଅଧିକ ଏସଏଚଜି ମାନେ ୩୦୦ ରୁ ଅଧିକ ଷ୍ଟଲରେ ୨୦୦ରୁ ଅଧିକ ସାମଗ୍ରୀର ପ୍ରଦର୍ଶନ କରିଛନ୍ତି । ଏହି ମେଳା ୯ ଦିନ ଧରି ଚାଲିବ । ଏଥିରେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତଶିଳ୍ପ ଓ କଳାକୃତି, ମିଲେଟ ଓ ଅର୍ଗାନିକ ଉତ୍ପାଦ, ଖାଦ୍ୟ ଓ ମସଲା ସାମଗ୍ରୀ, ଟେରାକୋଟା ଓ ବାଉଁଶ ଶିଳ୍ପ ଆଦି ଅନେକ ଉତ୍ପାଦ ସ୍ଥାନ ପାଇଛି ।   ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏ ମେଳା କେବଳ ଏକ ସାଧାରଣ ପ୍ରଦର୍ଶନୀ ନୁହେଁ । ଏହା ଆମ ଓଡ଼ିଶାର ମା’, ଭଉଣୀ ଏବଂ ଝିଅମାନଙ୍କର ସଫଳତାର କାହାଣୀ । ସେମାନଙ୍କ ପ୍ରତିଭା, ଦକ୍ଷତା ଓ ଉଦ୍ୟମର ନିଦର୍ଶନ । ଆମ ସରକାର ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ୍ ନୁହେଁ,...