ଗଂଜାମ ଜିଲ୍ଲା ପାଇଁ ୬୩୮ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ l
ଭୁବନେଶ୍ୱର ତା ୦୮/୦୩(ବ୍ୟୁରୋ ରିପୋର୍ଟ) :- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆ ଠାରେ ରାଜ୍ୟର ୧ କୋଟି ୬୪ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ୫୧ତମ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ୯ ମାସର ଆମର ନୂଆ ସରକାର ଆଜି ରାଜ୍ୟର ୧ କୋଟିରୁ ଅଧିକ ମା’ଙ୍କ ପାଇଁ ଆର୍ଥିକ ସ୍ୱାଧୀନତାର ରାସ୍ତା ଖୋଲି ପାରିଛି । ସବୁ ମା’ଙ୍କୁ ୨ଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏଁ ମିଳିଲା। ସେ ଦୃଷ୍ଟିରୁ, ମୁଖ୍ୟମନ୍ତ୍ରୀ ଭାବେ ଆଜି ଦିନଟି ମୋ ପାଇଁ ସବୁଠାରୁ ସନ୍ତୋଷର ଦିନ ଓ ସବୁଠାରୁ ଗୌରବର ଦିନ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପୂର୍ବ ସରକାରଙ୍କୁ ସମାଲୋଚନା କରି କହିଛନ୍ତିଯେ, ଯେଉଁମାନେ ପଚାରୁଛନ୍ତି ଯେ ଆମ ସରକାର ୯ ମାସରେ କ'ଣ କରିଛି, ସେମାନଙ୍କୁ କୁହନ୍ତୁ ଯେ ୨୪ ବର୍ଷରେ ଯେଉଁ ସରକାର ମହିଳାଙ୍କ ପାଇଁ କେବଳ ସ୍ଲୋଗାନ ଦେଉଥିଲେ, ମୋହନ ସରକାର କ୍ଷମତାକୁ ଆସିବାର ମାତ୍ର ୨୪ ମିନିଟ ମଧ୍ୟରେ ଐତିହାସିକ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନେଇଥିଲେ ଏବଂ ଖୁସିର ବିଷୟ ଯେ ତିନିମାସ ମଧ୍ୟରେ କାର୍ଯ୍ୟ ଆରମ୍ଭ କରି ଆଜି ୯ ମାସ ମଧ୍ୟରେ ଏକ କୋଟିରୁ ଅଧିକ ମହିଳାଙ୍କୁ ସୁଭଦ୍ରାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି। ମ...