Posts

Showing posts from March 14, 2025

ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି।

Image
କଟକ ତା. ୧୩/୦୩(ବ୍ୟୁରୋ ରିପୋର୍ଟ) :- ଆସନ୍ତା ଏପ୍ରିଲ ୦୭ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଚାମ୍ପିୟନସିପକୁ ଶୃଙ୍ଖଳିତ, ସୁପରିଚାଳନା ସମେତ ବ୍ୟାପକ ବନ୍ଦୋବସ୍ତର ଆୟୋଜନ ସଂକ୍ରାନ୍ତରେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଚାମ୍ପିୟନସିପରେ ଦେଶର ବିଭିନ୍ନ ରାଜ୍ୟର ୨୭ଟି ପୁରୁଷ ଏବଂ ୧୦ ଟି ମହିଳା ପୋଲିସ ଟିମ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି । ଏହା ସହ ବହୁ ଅନ୍ତର୍ଜାତୀୟ ହକି ଖେଳାଳିଙ୍କ ସମେତ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଖେଳାଳି ଓ ଅତିଥିଙ୍କ ନିମନ୍ତେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯିବା ଉପରେ ଡିଜିପି ଗୁରୁତ୍ଵାରୋପ କରିଥିଲେ। ଏହାବ୍ଯତୀତ ସେମାନଙ୍କ ରହଣି ସ୍ଥାନ, ନିୟମିତ ଅଭ୍ୟାସ, ଅତିଥିଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା, ଉଦଘାଟନ ଓ ଉଦଯାପନୀ ସମାରୋହକୁ ଆକର୍ଷଣୀୟ ତଥା ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ଡିଜିପି ...