Posts

Showing posts from March 17, 2025

ସେବା ଓ ସଂକଳ୍ପ ମନୋଭାବ ନେଇ ରାଜ୍ୟର ବିକାଶ ପାଇଁ ସ୍ୱର୍ଗତ ପ୍ରଧାନ ସାରା ଜୀବନ ଉତ୍ସର୍ଗ କରିଥିଲେ :- ମୁଖ୍ୟମନ୍ତ୍ରୀ l

Image
ଭୁବନେଶ୍ୱର ତା. ୧୭/୦୩(ବ୍ୟୁରୋ ରିପୋର୍ଟ) :- ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଥିଲେ । ଜଣେ ଜନପ୍ରତିନିଧି ଏବଂ ସାଂସଦ ଭାବରେ ସେ ଅନେକ ଜନକଲ୍ୟାଣ ମୂଳକ କାର୍ଯ୍ୟକରି ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି । ରାଜ୍ୟର ବିକାଶ ପାଇଁ ସେ ନିଜର ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି ।  ରାଜ୍ୟ ବିଜେପିର ସଭାପତି ଭାବେ ଦୃଢ ନେତୃତ୍ୱ ଦେଇ ଓଡିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ । ଏହି ବର୍ଷିୟାନ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ପରିବାର ବର୍ଗଙ...