Posts

Showing posts from March 19, 2025

ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଅଙ୍ଗନବାଡି ହେବ ସକାଳୁଆ l

Image
BIG BREAKING  ଭୁବନେଶ୍ୱର,ତା୧୯/୦୩(ବ୍ୟୁରୋ ରିପୋର୍ଟ) :- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡ଼ିକୁ ସକାଳ ୭ ଟା ରୁ ୯ ଟା ଯାଏଁ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାପାଳ ମାନଙ୍କୁ ଚିଠି କରାଯାଇଛି । ଆବଶ୍ୟକସ୍ଥଳେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଯୋଗୁଁ ନିଜ ଜିଲ୍ଲାର ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି ।

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ ଓ ପୁଅ ଝିଅ l

Image
ଭୁବନେଶ୍ୱର ତା.୧୯/୦୩(ବ୍ୟୁରୋ ରିପୋର୍ଟ) :- ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି।  ସ୍ୱର୍ଗତ ଦାସଙ୍କ ପତ୍ନୀ ଶ୍ରୀମତୀ ମୀନତି ଦାସ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ତାଙ୍କ କନ୍ୟା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ ।  ଶ୍ରୀମତୀ ଦାସଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ । ସେ ନିଜେ ଓ ତାଙ୍କ...