ଆରମ୍ଭ ହେଲା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା l
ଭୁବନେଶ୍ୱର ତା ୧୧/୦୪(ବ୍ୟୁରୋ ରିପୋର୍ଟ) :- ଓଡିଶା ବିକାଶ ଇତିହାସରେ ଯୋଡିହୋଇଛି ଏକ ନୂଆ ଫର୍ଦ୍ଦ। ଆରମ୍ଭ ହୋଇଛି ବହୁ ପ୍ରତିକ୍ଷିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି କଟକର ବାଲିଯାତ୍ରା ପଡିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନଡ୍ଡା କହିଛନ୍ତି ଯେ, ଆୟୁଷ୍ମାନ ଭାରତ ଯୋଜନା ଏକ ଇନସୁରାନ୍ସ ନୁହେଁ ଏହା ହେଉଛି ଏକ ଆସ୍ୟୁରାନ୍ସ । ଏହା ପୃଥିବୀର ସବୁଠାରୁ ବୃହତ୍ତମ ଯୋଜନା । ବର୍ତ୍ତମାନ ସୁଦ୍ଧା ଏଥିରେ ୮କୋଟି ୯୦ ଲକ୍ଷ ଲୋକ ଉପକୃତ ହୋଇସାରିଛନ୍ତି । ନିର୍ବାଚନ ସମୟରେ ଆମେ ଏହାକୁ ଲାଗୁ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲୁ ଏବଂ ଏହାକୁ ଆଜି ଲାଗୁ ମଧ୍ୟ କଲୁ । ଓଡିଶା ଲୋକମାନେ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେଇଛନ୍ତି। ତେଣୁ, ଓଡିଶାରେ ଏହି ଯୋଜନା ଲାଗୁ ହୋଇପାରିଲା । ଏହାଦ୍ୱାରା ଲୋକମାନେ ଆର୍ଥିକ ସ୍ତରରେ ଲାଭବାନ ହୋଇପାରିବେ ବୋଲି ସେ କହିଛନ୍ତି । ଓଡିଶାରେ ଶାସନ ଭାର ଗ୍ରହଣ କରିବାର ମାତ୍ର ୧୦ ମାସ ମଧ୍ୟରେ ଏହି ଯୋଜନାକୁ କାର୍ଯ୍ୟକାରୀ କରିଥିବାରୁ ଶ୍ରୀ ନଡ୍ଡା ମୁଖ୍ୟମନ୍ତ୍ରୀ ମୋହନ ମାଝ...