Posts

Showing posts from May 2, 2025

ସବା ତଳ ପାହାଚରେ ଥିବା ଲୋକଙ୍କ ପାଇଁ ଆମ ସରକାର ସମର୍ପିତ - ମୁଖ୍ୟମନ୍ତ୍ରୀ

Image
ଭୁବନେଶ୍ୱର ତା ୦୧/୦୫(ବ୍ୟୁରୋ ରିପୋର୍ଟ) :- ଦଶନ୍ଧି ଦଶନ୍ଧି ଧରି ଦେଶର ପ୍ରଗତିର ଚକ୍ରକୁ ଶ୍ରମିକମାନେ ଅବିରତ ଭାବେ ଚଳେଇ ଆସୁଛନ୍ତି ଓ ବିକାଶରେ ନିଜର ଯୋଗଦାନ ନିରବଚ୍ଛିନ୍ନ ଭାବେ ଦେଇଆସୁଛନ୍ତି। ଦାୟିତ୍ୱ ନେବାର ପ୍ରଥମ ଦିନରୁ ହିଁ ଆମ ସରକାର ରାଜ୍ୟର ସବା ତଳ ପାହଚରେ ଥିବା ଲୋକଙ୍କ କଲ୍ୟାଣ ଓ ବିକାଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରୁଛି।   ଆଜି ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ସ୍ଥାନୀୟ ଓ.ୟୁ.ଏ.ଟି କୃଷି ଶିକ୍ଷା ସଦନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇ ଏହା କହିଛନ୍ତି ।  ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଦୁଇଟି ପ୍ରମୁଖ ଶ୍ରମିକ ପ୍ରତୀକ୍ଷା ସ୍ଥାନ- ଡୁମ୍‌ଡୁମା ଏବଂ କଳ୍ପନା ଛକଠାରେ ବହୁମୁଖୀ ‘ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର’ର ଉଦ୍‌ଘାଟନ କରିଥିଲେ। ଏହି ପ୍ରତୀକ୍ଷା କେନ୍ଦ୍ରମାନଙ୍କରେ ଶ୍ରମଜୀବୀମାନଙ୍କ ପାଇଁ ସାମୟିକ ଆଶ୍ରୟ ସ୍ଥଳର ସୁବିଧା ସହିତ ପାନୀୟ ଜଳ, ଶୌଚାଳୟ ଓ ପାର୍କ ଆଦିର ବ୍ୟବସ୍ଥା କରାଯାଇଛି । ଆଗାମୀ ଦିନରେ କଟକ, ରାଉରକେଲା, ସମ୍ବଲପୁର, କେନ୍ଦୁଝର, ବ୍ରହ୍ମପୁର ଭଳି ଅନ୍ୟ ସହରାଞ୍ଚଳ ଗୁଡିକରେ ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର ନିର୍ମାଣ କରାଯିବ । ଏହି କେନ୍ଦ୍ର ଗୁଡିକ ଶ୍ରମଜୀବୀମାନଙ୍କ ଗରିମା ବୃଦ୍ଧିରେ ସହାୟକ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।  ଏଥି ସହିତ ମ...