ଦିଘାଠାରେ ନିର୍ମିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ବାବଦରେ ତଦନ୍ତ ରିପୋର୍ଟ ପ୍ରଦାନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ l
ଭୁବନେଶ୍ୱର ତା ୦୫/୦୫(ବ୍ୟୁରୋ ରିପୋର୍ଟ) :- ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଗଣମାଧ୍ୟମରେ ପ୍ରଚାରିତ ହେଉଥିବା ପ୍ରସସଙ୍ଗରେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ରାଜ୍ୟ ସରକାରଙ୍କୁ ଅନ୍ତରୀଣ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି । ଶ୍ରୀଜଗନ୍ନାଥଙ୍କର ମନ୍ଦିର ଦିଘାଠାରେ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବା ଇତ୍ୟାଦି ବାବଦରେ ଅନ୍ତରୀଣ ତଦନ୍ତ କମିଟି କରିଥିବା ରିପୋର୍ଟକୁ ଡ. ପାଢ଼ୀ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରିଛନ୍ତି । ଏହି ରିପୋର୍ଟ ଗ୍ରହଣ ପରେ ଗଣମାଧମକୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ ଦିଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଅନ୍ତରୀଣ ତଦନ୍ତ କରି ରିପୋର୍ଟ ପ୍ରଦାନ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖା ଯାଇଥିଲା । ଆଜି ଏହାର ରିପୋର୍ଟ ଆମର ହସ୍ତଗତ ହୋଇଛି । ମହାରଣା ସେବକ, ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିବା ନିଯୋଗ, ଦାଇତାପତି ନିଯୋଗ ଓ ଯେଉଁମାନେ ଦିଘା ମନ୍ଦିର ଯାଇଥିଲେ ସେମାନଙ୍କୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତିନିଦିନ ଧରି ମାରାଥନ ବୈଠକ ଅନୁଷ୍ଠିତ ହୋଇଥିଲା । ଏହା ପରେ ସମସ୍ତ ଦିଗକୁ ଅନୁଧ୍ୟା...