ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ୩ ଟି ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବେ - ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ତା.୦୭/୦୫(ବ୍ୟୁରୋ ରିପୋର୍ଟ) :- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ସେଠାରେ ଏକ ନୂତନ ଏମରଜେନ୍ସି ୟୁନିଟର ଶିଳାନ୍ୟାସ କରିବା ସହିତ କଲେଜ୍ରେ ଏକ ହୋମିଓପାଥି ଗବେଷଣା ଓ ବିଶ୍ଳେଷଣ ବିଭାଗ (Homoeopathic Research & Analysis Department) ଖୋଲାଯିବ ବୋଲି ଘୋଷଣା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ରକ୍ତଦାନ ଶିବିରର ଉଦ୍ଘାଟନ ମଧ୍ୟ କରିଛନ୍ତି। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଓଡିଶାରେ ହୋମିଓପାଥିକ୍ ଶିକ୍ଷାର ପ୍ରସାର ଓ ହୋମିଓପାଥିକ୍ ଚିକିତ୍ସାର ଲୋକପ୍ରିୟତା ବୃଦ୍ଧି ଦିଗରେ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅବଦାନ ଅତୁଳନୀୟ। ଏହି କଲେଜ୍ ରାଜ୍ୟର ଏକ ପ୍ରତିଷ୍ଠିତ କଲେଜ୍। ହୋମିଓପାଥିକ୍ ଶିକ୍ଷା, ଗବେଷଣା ଓ ପ୍ରଶିକ୍ଷଣ କ୍ଷେତ୍ରରେ ଏହା କେବଳ ରାଜ୍ୟ କାହିଁକି, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ। ଦୀର୍ଘ ୫୬ ବର୍ଷ ଧରି ଏହା ଅବିରତ ଭାବେ ଶିକ୍ଷାର ପ୍ରସାର କରି ଚାଲିଛି ଏବଂ ଅନେକ ସୁନାମଧନ୍ୟ ଡାକ୍ତର ସୃଷ୍ଟି କରିଛି। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେଯେ, ଏହି ମହାବିଦ୍ୟାଳୟର ଏକ ବିଶେଷତ୍ୱ ହେଉଛି...