ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଉଦ୍ଯାପନ ସମାରୋହ l
ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ)୦୫/୦୧ :- ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ ଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍ଯାପନ ଅବସରରେ ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ପାଣି ପଞ୍ଚାୟତ ଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସେଚନ ଏବଂ କୃଷି ବୈଜ୍ଞାନିକଙ୍କ ଗବେଷଣା ସହିତ ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆଜି ଆମେ ୧୪୦ କୋଟି ଲୋକଙ୍କୁ ଖାଦ୍ୟ ଯୋଗାଇ ପାରୁଛୁ ଏବଂ ବିଦେଶକୁ ମଧ୍ୟ ରପ୍ତାନୀ କରିପାରୁଛୁ । ଏଥିପାଇଁ ଚାଷୀର ଜମିକୁ ଜଳଯୋଗାଣ ଅତ୍ୟନ୍ତ ଆବଶ୍ୟକ । ତେଣୁ, ଜଳସେଚନର ସମସ୍ତ ପ୍ରକଳ୍ପ ଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀ କହିଲେ ଯେ, ରାଜ୍ୟର କୃଷକମାନଙ୍କ ଜମିକୁ ପାଣି ଯୋଗାଇଦେବା ପାଇଁ ନୂଆ ଫିଲ୍ଡ ଚ୍ୟାନେଲ ନିର୍ମାଣ ସହିତ ପୁରୁଣା ଚ୍ୟାନେଲ ଗୁଡିକୁ କଂକ୍ରିଟ୍ ଚ୍ୟାନେଲରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଛି । ଚଳିତ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ମଧ୍ୟରେ ୮୦ ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୨୪୦୦ କିଲୋମିଟର ନୂତନ କଂକ୍ରିଟ୍ କରନାଳୀ ନିର୍ମାଣ କରାଯିବ । ଏହା ସହିତ ୬୨ହ...