Posts

Showing posts with the label ରାଜ୍ଯ ଖବର

ପୋଲିସ କମିଶନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂହ ।

Image
 ଭୁବନେଶ୍ବର(ବ୍ୟୁରୋ ରିପୋର୍ଟ) :- ପୋଲିସ କମିଶନର ସଂଜୀବ ପଣ୍ଡାଙ୍କଠାରୁ ଦାୟିତ୍ବ ଗ୍ରହଣ କଲେ ଦେବଦତ୍ତ ସିଂହ । ୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ଦେବଦତ୍ତ ସିଂହ । ରାଜ୍ୟରେ ମୋହନ ସରକାର କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ ଆଇପିଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରାଯାଇଛି। ପୂର୍ବରୁ ପୁଲିସ୍‌ ବିଭାଗରେ ଗୁରୁତ୍ବପୂର୍ଣ୍ଣ ପଦବିରେ ବସିଥିବା ପ୍ରଭାବଶାଳୀ ଆଇପିଏସ୍‌ ଅଧିକାରୀମାନଙ୍କୁ ହଟାଇ ଦିଆଯାଇଛି। ଦ୍ବୈତନଗରୀ ପୁଲିସ କମିସନର ପଦବିରୁ ସଞ୍ଜୀବ ପଣ୍ଡାଙ୍କୁ ବଦଳି କରାଯାଇ ବିଜୁ ପଟ୍ଟନାୟକ ପୁଲିସ ଟ୍ରେନିଂ ଏକାଡେମୀ(ବିପିଏସ୍‌ପିଏ)ର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ତାଙ୍କ ସ୍ଥାନରେ ପୁଲିସ କମିସନର ଭାବେ ସୁରେଶ ଦେବଦତ୍ତ ସିଂଙ୍କୁ ନିଯୁକ୍ତି ମିଳିଛି। ପୂର୍ବରୁ ସେ ଏଡିଜି-ଅପରେସନ୍‌ ରେ ଥିଲେ। ସେହିଭଳି ରାଜ୍ୟର ଚର୍ଚ୍ଚିତ ଆଇପିଏସ୍‌ ତଥା କ୍ରାଇମ୍‌ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କୁ ସିଆଇଡି ସିବିରୁ ବିଦା କରାଯାଇ ରେଳବାଇ ଓ ସାମୁଦ୍ରିକ ତଟ ସୁରକ୍ଷା ଏଡିଜି ଭାବେ ଅବସ୍ଥାପିତ କରାଯାଇଛି। ‌ବୋଥ୍ରାଙ୍କ ସ୍ଥାନରେ ସିଆଇଡି ସିବି ଭାବେ ବିନୟତୋଷ ମିଶ୍ର ଅବସ୍ଥାପିତ ହୋଇଛନ୍ତି। ଅନ୍ୟପକ୍ଷରେ ଜେଲ୍‌ ନିର୍ଦ୍ଦେଶକ ଭାବେ ଅରୁଣ କୁମାର ରାୟଙ୍କୁ ନିଯୁକ୍ତି ଦିଆଯାଇଛି। ଆଇପିଏସ୍‌ ଏସ୍‌ଏମ୍‌ ନର୍‌ଭଣେଙ୍କୁ ଓଏସ୍‌ଡି ଗୃହ ବିଭାଗରୁ ବଦଳି କରାଯାଇ ନିର୍ଦ୍ଦେଶକ ପ୍ରିଣ୍ଟ