Posts

ଓଡ଼ିଶାରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ମନୋଜ ଆହୁଜା l

Image
ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) : - ରାଜ୍ୟକୁ ମିଳିଲା ନୂଆ ମୁଖ୍ୟ ଶାସନ ସଚିବ । ମନୋଜ ଆହୁଜା ହୋଇଛନ୍ତି ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ । ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ଜିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ।ବର୍ତ୍ତମାନ ମୁଖ୍ୟ ସଚିବ ଥିବା ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଜୁନ ୩୦ ରେ ସରିବାକୁ ଯାଉଛି । ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରିଥିଲେ ସୁଦ୍ଧା ପୂର୍ବର ବିଜେଡି ସରକାର ତାଙ୍କର ଅବଧିକୁ ୬ ମାସ ବଢାଇଥିଲେ, ଯାହା ଜୁନ ୩୦ ରେ ସରୁଛି । ଆଉ ତାଙ୍କ ସ୍ଥାନ ମନୋଜ ଆହୁଜା ନେଇଛନ୍ତି । ବର୍ତ୍ତମାନ ସେ କେନ୍ଦ୍ରରେ କୃଷି ମନ୍ତ୍ରଣାଳୟରେ ସଚିବ ଭାବେ କାର୍ଯ୍ୟରତ ଅଛନ୍ତି ।

୭୮ ଜଣ ବିଧାୟକ ଏବଂ ୨୦ ଜଣ ଏମ୍‌ପିଙ୍କୁ କରାଯିବ ସମ୍ବର୍ଦ୍ଧିତ l

Image
   ଭୁବନେଶ୍ବର(ବ୍ୟୁରୋ ରିପୋର୍ଟ) :- ରାଜ୍ଯରେ ଭୋଟରଙ୍କ ଆଶୀର୍ବାଦରେ ବିଜେପି ପ୍ରଥମ ଥର ପାଇଁ ଓଡ଼ିଶାରେ ଏକାକୀ ସରକାର ଗଠନ କରିପାରିଛି । ଏଥିସହ ଦେଶବାସୀଙ୍କ ଆଶୀର୍ବାଦ ପାଇ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରରେ ମଧ୍ୟ ସରକାର ଗଠନ ହୋଇଛି ।ରାଜ୍ୟବାସୀ ଏଥର ୭୮ ଜଣ ବିଧାୟକ ଏବଂ ୨୦ ଜଣ ଏମ୍‌ପିଙ୍କୁ ନିର୍ବାଚିତକରି ବିଧାନସଭା ଏବଂ ଲୋକ ସଭାକୁ ପ୍ରତିନିଧି ଭାବେ ପଠାଇଛନ୍ତି । କ୍ରମାଗତ ୩ୟ ଥର ପାଇଁ ଦାୟିତ୍ୱ ନେଇଥିବା ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳରେ ଓଡ଼ିଶାର ୩ ଜଣ ସ୍ଥାନିତ ହୋଇଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ଭାଜପା ସରକାର ଗଠନ କରିଛି । ବିକଶିତ ଓଡ଼ିଶା ଗଠନ ଆମର ସଂକଳ୍ପ ନେଇ ଏହି ଅବସରରେ ଆସନ୍ତା ୩୦ରେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣଙ୍କ ସମେତ ସମସ୍ତ ନବନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ ବୋଲି ନିଷ୍ପତ୍ତି ହୋଇଛି ।ତେବେ ଏହି ଅବସରରେ ଆସନ୍ତା ୩୦ରେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣଙ୍କ ସମେତ ସମସ୍ତ ନବନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ ବୋଲି ବିଜେପି ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ କହିଛନ୍ତି ।ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ...

ସରକାରଙ୍କ ବଡ଼ ପଦକ୍ଷେପ, ବାଇକ୍ ଚାଳକ ହେଲମେଟ ନ ପିନ୍ଧିଲେ କଟିବ ଦରମା!

Image
ବ୍ୟୁରୋ ରିପୋର୍ଟ :- ରାଜ୍ୟରେ ଦିନକୁ ଦିନ ଟ୍ରାଫିକ ନିୟମ କଡ଼ାକଡ଼ି ହେବାରେ ଲାଗିଛି। ଟ୍ରାଫିକ ନିୟମ ନ ମାନିଲେ ମୋଟା ଅଙ୍କର ତଣ୍ଡ ଗଣୁଛନ୍ତି ଅମାନିଆ । ଏହାରି ମଧ୍ୟରେ ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍‌ ପିନ୍ଧିବା ବାଧ୍ୟତାମୂଳକ ବୋଲି ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି ସରକାର l ସରକାରୀ କର୍ମଚାରୀ ବାଇକ୍‌ ଚାଳନା ସମୟରେ ହେଲମେଟ ନ ପିନ୍ଧିଲେ ଅଟକି ରହିବ ଦରମା । ଗଜପତି ଜିଲ୍ଲା ମୋହନ ବ୍ଲକ ଶିକ୍ଷା ଅଧିକାରୀଙ୍କ ନାଁରେ ଏଭଳି ଏକ ଚିଠି ଆସିବା ପରେ ଶିକ୍ଷକଙ୍କ ମଧ୍ୟରେ ଛନକା ପଶିବା ସହ ହଇଚଇ ସୃଷ୍ଟି ହୋଇଛି।ରାଜ୍ୟରେ ଟ୍ରାଫିକ ନିୟମ କଡ଼ାକଡି ହେବାପରେ ଏହାର ଫଳାଫଳ ମଧ୍ୟ ମିଳୁଛି । ସମୟ କ୍ରମେ ବାଇକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ସାମାନ୍ୟ କମିଛି । ଲୋକେ କିଭଳି ଟ୍ରାଫିକ ନିୟମ ମାନିବେ ତାହାରି ଉପରେ ନଜର ରଖିଛି ପ୍ରଶାସନ। ଏହାସତ୍ତ୍ୱେ, କେତେକ ଲୋକ ସରକାରୀ କର୍ମଚାରୀ ହୋଇ ମଧ୍ୟ ସରକାରଙ୍କ ନିୟମ ଭାଙ୍ଗିବାକୁ ପଛାଉ ନାହାନ୍ତି।ଏହା ପାଇଁ ସରକାର ପଦକ୍ଷେପ ନେଇଛନ୍ତି ବୋଲି ବିଶେଷ ସୂତ୍ରରୁ ଜଣାପଡିଛି l

ଲୋକଙ୍କ ସରକାର ସବୁବେଳେ ଲୋକଙ୍କର କାମ କରିବ - ମୁଖ୍ୟମନ୍ତ୍ରୀ

Image
ଭୁବନେଶ୍ବର /କେନ୍ଦୁଝର (ବ୍ୟୁରୋ ରିପୋର୍ଟ) :- ଗତ କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନରେ ନିଜ ଜନ୍ମ ମାଟି ରାଇକଳା ଓ ଝୁମ୍ପୁରାକୁ ଯାଇ ସାଙ୍ଗସାଥୀ ଓ ସ୍ଥାନୀୟ ଲୋକଙ୍କ ସହ ମିଶି ପିଲାଦିନର ସ୍ମୃତିକୁ ମନେ ପକାଇଥିଲେ। ଭାବବିହ୍ୱଳ ମଧ୍ୟ ହୋଇଥିଲେ। ରାଇକଳାରେ ଆୟୋଜିତ ଏକ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଏଇ ଗାଁ ମାଟିର ପୁଅ। ଏଇ ଗାଁର ପିଲାମାନଙ୍କ ସହିତ ସେ ଖେଳିଛନ୍ତି, ବୁଲିଛନ୍ତି, ପର୍ବପର୍ବାଣୀ ପାଳନ କରିଛନ୍ତି। ଏଇ ଗାଁ ମାଟିର ପିଲାମାନଙ୍କ ସହଯୋଗରେ ସେ ଆଜି ସାରା ଓଡିଶାର ନେତୃତ୍ୱ ନେବାକୁ ସୁଯୋଗ ପାଇଛନ୍ତି। ତେଣୁ ଏବେ ସମୟ ଆସିଛି ସମସ୍ତେ ମିଶି ଗାଁର ବିକାଶ ପାଇଁ କାମ କରିବା। ଆପଣଙ୍କ ମୋହନ ଭାଇ ସବୁବେଳେ ଆପଣଙ୍କ ସାଥିରେ ଅଛି। ସକାଳେ ମୁଖ୍ୟମନ୍ତ୍ରୀ ରାଇକଳାରୁ ଏକ ରୋଡ୍ ସୋ ରେ ଯାଇ ଝୁମ୍ପୁରାଠାରେ ପହଞ୍ଚିଥିଲେ। ଝୁମ୍ପୁରା ଏବଂ ଆଖପାଖର ହଜାର ହଜାର ଲୋକ ମୁଖ୍ୟମନ୍ତ୍ରୀଙ୍କୁ ବିଶାଳ ରୋଡ୍‌ ସୋ ରେ ଫୁଲ ପକାଇ ଜନ୍ମ ମାଟିକୁ ସ୍ୱାଗତ କରିଥିଲେ। ରାସ୍ତାର ଉଭୟ ପାର୍ଶ୍ୱରେ ପ୍ଲାକାର୍ଡ ଧରି ଠିଆ ହୋଇ ରହିଥିଲେ ହଜାର ହଜାର ଜନତା। ବୟସ୍କଙ୍କ ଠାରୁ ଆରମ୍ଭ କରି ଛୋଟ ପିଲା ପର୍ଯ୍ୟନ୍ତ ସମସ୍ତେ ଆସିଥିଲେ ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବାପାଇଁ। ମୁଖ୍ୟମନ୍ତ୍ରୀଙ୍କୁ ପାଖରେ ପାଇଁ ସମସ୍ତଙ୍କ ମୁହଁରେ ଖୁସି ...