Posts

‘ଉଦୟବଟ’ର ୨୧ତମ ବାର୍ଷିକୋତ୍ସବ ଓ ପୂର୍ବତନ ବିଧାୟକ ଅଶୋକ ଦାସଙ୍କ ୧୬ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି l

Image
ଯାଜପୁର (ବ୍ୟାସନଗର) ,୦୧/୦୧ :- ବ୍ୟାସନଗରରୁ ପ୍ରକାଶିତ ସମ୍ବାଦ ଭିତ୍ତିକ ପତ୍ରିକା ‘ଉଦୟବଟ’ର ୨୧ତମ ବାର୍ଷିକୋତ୍ସବ ଓ କୋରାଇର ପୂର୍ବତନ ବିଧାୟକ, ଯାଜପୁରର ଭୂମିପୂତ୍ର ୰ ଅଶୋକ ଦାସଙ୍କ ୧୬ତମ ଶ୍ରାଦ୍ଧ ବାର୍ଷିକୀ ସ୍ଥାନୀୟ ‘ଦୁର୍ଲ୍ଳଭ କଳା ପରିଷଦ ମଣ୍ଡପ’ ଠାରେ ତା ୨୯/୧୨/୨୦୨୪ ରବିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ‘ଉଦୟବଟ’ର ସଂପାଦକ ଦୁଷ୍ମନ୍ତ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଯାଜପୁର ବିଧାୟିକା ସୁଜାତା ସାହୁ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ରେ ବ୍ୟାସନଗର ପୈାର ପରିଷଦର ପ୍ରାକ୍ତନ ନଗରପାଳ ତଥା ଯାଜପୁର ଜିଲ୍ଲା କ୍ରୀଡ଼ା ସଂସଦର କାର୍ଯ୍ୟକାରୀ ସଭାପତି ରସାନନ୍ଦ ମହାନ୍ତି ମୁଖ୍ୟ ଅତିଥି ଭାବେ, ଯାଜପୁର ଜିଲ୍ଲା ବିଜେଡି ମହିଳା ସଭାନେତ୍ରୀ ତଥା ପ୍ରାକ୍ତନ ପୈାରାଧ୍ୟକ୍ଷା ସବିତା ରାଉତ ମୁଖ୍ୟ ବକ୍ତା , ବରିଷ୍ଠ ବିଜେପି ନେତା ସତ୍ୟନାରାୟଣ ମହାନ୍ତି, ବ୍ୟାସନଗର ବରିଷ୍ଠ ନାଗରିକ ମଂଚର ସଂପାଦକ ଚନ୍ଦ୍ରମଣି ସାମଲ, ରାଜ୍ୟ ଶିଳ୍ପ ନିଗମର ଅବସରପ୍ରାପ୍ତ ବରିଷ୍ଠ ପଦାଧିକାରୀ କୈଳାସ ଚନ୍ଦ୍ର ସାସମଲ, ବରିଷ୍ଠ ସାମ୍ବାଦିକ ତଥା ‘କଳିଙ୍ଗନଗର ବୁଲେଟିନ୍‌’ର ସଂପାଦକ ହାରାଧନ ବାନାର୍ଜ୍ଜୀ, କାଉନସିଲର ପାର୍ଥସାରଥି ନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ...

ନୂଆ ବର୍ଷ ପାଳିବେନି ନବୀନ ପଟ୍ଟନାୟକ l

Image
ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) ୩୧/୧୨/୨୪ :- ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହ ଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ରେ ସମବେଦନା ଜଣାଇ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଆସନ୍ତକାଲି ନୂଆ ବର୍ଷ କାର୍ଯ୍ୟକ୍ରମ ରେ ସାମିଲ ହେବେ ନାହିଁ l  ତେଣୁ ଅଭିନନ୍ଦନ ପାଇଁ ଆସନ୍ତକାଲି ନବୀନ ନିବାସ କୁ ନ ଆସିବା ପାଇଁ ଶ୍ରୀ ପଟନାୟକ ଶୁଭେଛୁ ମାନଙ୍କୁ ଅନୁରୋଧ ଜଣାଇଛନ୍ତି l

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ନୂତନ ବର୍ଷ ୨୦୨୫ ର କ୍ୟାଲେଣ୍ଡର୍ ଲୋକାର୍ପିତ।

Image
ଭୁବନେଶ୍ୱର, ତା. ୨୬/୧୨(ବ୍ୟୁରୋ ରିପୋର୍ଟ) : - ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି l  କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି । ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ l ଡେସ୍କ୍ କ୍ୟାଲେଣ୍ଡର ରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି l ସେହିପରି ସାତ ପୃଷ୍ଠା ବିଶିଷ୍ଟ ୱାଲ୍ କ୍ୟାଲେଣ୍ଡରରେ ରଥାରୂଢ଼ ମହାପ୍ରଭୁଙ୍କ ଭବ୍ୟ ଚିତ୍ରମାନ ସ୍ଥାନିତ ହୋଇଅଛି । ଇଂରାଜୀ ନୂଆ ବର୍ଷରେ ପୁରୀ ଓ ଭୁବନେଶ୍ୱର ସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ର ଗୁଡିକରେ ଏହି କ୍ୟାଲେଣ୍ଡର ଶ୍ରଦ୍ଧାଳୁମାନଙ୍କୁ ବିକ୍ରୟ ସକାଶେ ଉପଲବ୍ଧ ହେବ । ଏହି ଅବସରରେ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ମାନସ ରଞ୍ଜନ ବାରିକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଏବଂ ପୁରୀ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପ୍ରମୁଖ ଉପସ୍ଥିତ ଥ...