Posts

ଓଡିଶାର ଶିଳ୍ପାୟନର ଯାତ୍ରାରେ ଯାଜପୁର ହେବ ଅଗ୍ରଣୀ ନାୟକ - ମୁଖ୍ୟମନ୍ତ୍ରୀ

Image
ଭୁବନେଶ୍ବରର ୦୮/୦୨(ବ୍ୟୁରୋ ରିପୋର୍ଟ) :- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁର ଜିଲ୍ଲା ମହୋତ୍ସବ 'ଯଯାତି -୨୦୨୫' ର ଉଦଘାଟନ କରି ପ୍ରାୟ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯାଜପୁର ହେଉଛି ସୁଯୋଗ ଓ ସମ୍ଭାବନାର ଏକ ସୁବର୍ଣ୍ଣକ୍ଷେତ୍ର । ଯାଜପୁରରେ ଆଜି ସମୁଦାୟ ୮୨୯ କୋଟି ୭୬ ଲକ୍ଷ ଟଙ୍କାର ୮୩ ଟି ପ୍ରକଳ୍ପ ଉଦଘାଟିତ ହୋଇଥିବା ବେଳେ, ୧୭୦ କୋଟି ଟଙ୍କାର ୭୭ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି। ଏଥିରେ ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ଜଳ ସମ୍ପଦ, ବିଦ୍ୟୁତ ପରିବହନ, ସଡକ, ସେତୁ, କେନାଲ ଆଦି ଭିତ୍ତିଭୂମି ଓ ପର୍ଯ୍ୟଟନ ପ୍ରକଳ୍ପ ରହିଛି । ଗୁରୁତ୍ଵପୂର୍ଣ୍ଣ ପ୍ରକଳ୍ପ ମଧ୍ୟରେ ବ୍ୟାସ ନଗରରେ ପ୍ରାୟ ୭୮ କୋଟି ଟଙ୍କାର ବ୍ୟାସ ନଗରଠାରେ ବ୍ୟାସ ସରୋବର ଓ ଟାଉନ ହଲ ଉଦଘାଟିତ ହୋଇଛି। ଯାଜପୁରରେ ଏକ ନର୍ସିଂ କଲେଜ ପ୍ରତିଷ୍ଠା ପାଇଁ ଭିତ୍ତିପ୍ରସ୍ତର ରଖା ଯାଇଛି ।  ଯାଜପୁର ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାର ବିକାଶ ପାଇଁ ଯଯାତି କେଶରୀ ମେଡିକାଲ କଲେଜ ଓ ହସ୍ପିଟାଲ ଖୋଲାଯାଇଛି । ଆଜି ଏହାର ଉଦଘାଟନ ମଧ୍ୟ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ଏହାର ନାମ ପରିବର୍ତ୍ତନ କରାଯାଇଛି । ଏହାକୁ 'ମହାରାଜା ଯଯାତି କେଶରୀ ମେଡିକାଲ୍ କଲେଜ୍ ଓ ହସ୍ପିଟାଲ' ଭାବରେ ନାମିତ କରାଯାଇଛି । ଏହା ...

ରାଜ୍ୟ ସାମ୍ବାଦିକ ସଂଘ , ଷ୍ଟେଟ୍ ୟୁନିଅନ ଅଫ୍ ଜର୍ଣ୍ଣାଲିଷ୍ଟ୍ (ଏସ୍‌ୟୁଜେ) ର ପଞ୍ଚମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି l

Image
ଭୁବନେଶ୍ବର, ୭/୨(ବ୍ୟୁରୋ ରିପୋର୍ଟ):- ରାଜ୍ୟର ଅଗ୍ରଣୀ ଅନୁଷ୍ଠାନ ଏସ୍ ୟୁ ଜେ (ଷ୍ଟେଟ୍ ୟୁନିଅନ ଅଫ୍ ଜର୍ଣ୍ଣାଲିଷ୍ଟ୍) ର ପଞ୍ଚମ ବାର୍ଷିକ ଉତ୍ସବ ରାଜଧାନୀର ଜୟଦେବ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି l ଗଣମାଧ୍ୟମ ବିପନ୍ନ ହେଲେ ଗଣତନ୍ତ୍ର ଦୁର୍ବଳ ହୁଏ । କିନ୍ତୁ ସେମାନଙ୍କୁ ଉପଯୁକ୍ତ ସହାୟତା ସମିତି, ମର୍ଯ୍ୟାଦା ନ ମିଳିବା ପରିତାପର ବିଷୟ, ଚତୁର୍ଥ ସ୍ତମ୍ଭ  ଦୋଷ ଦୁର୍ବଳତା ପଦାକୁ ଆଣିଲେ ଅନ୍ୟ ତିନିଗୋଟି ସ୍ତମ୍ଭ ସୁଦୃଢ ହୋଇଥାଏ। ସାମ୍ବାଦିକ ମାନେ ସୁରକ୍ଷିତ ରହିବା ସହ ଆବଶ୍ୟକତା ପୂରଣ ହେଲେ ସେମାନେ ଉତ୍ସାହିତ ହେବେ ଓ ସତ୍ୟ ଖବର ପରିବେଷଣ କରିବେ ବୋଲି ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନ୍ୟବର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି l ରାଜ୍ୟ କାର୍ଯ୍ୟକାରୀ ସଭାପତି କୀର୍ତ୍ତିଚନ୍ଦ୍ର ସାହୁ ପ୍ରାରମ୍ଭିକ ସୂଚନା ଓ ଉପସଭାପତି ବାସୁଦେବ  ତ୍ରିପାଠୀ ଅତିଥି ପରିଚୟ ପ୍ରଦାନ କରିଥିଲେ। ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ପାଢ଼ୀ ବିବରଣୀ ପାଠ କରିଥିଲେ। ଉପସଭାପତି ମେହେବୁବ ମହତାବ ସଂଯୋଜନା କରିଥିଲେ l ରାଜ୍ୟ ସଭାପତି କୈଳାସଚନ୍ଦ୍ର ନାୟକଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏସ୍‌ୟୁଜେର ରାଷ୍ଟ୍ରୀୟ ସଭାପତି ସୁରେଶ ଶର୍ମା ସ୍ବତନ୍ତ୍ର ଅତିଥି ଭାବେ  ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ବରିଷ୍ଠ ସାମ୍ବାଦିକ  ରାଜାରାମ ଶତପଥୀ ଯ...

ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରାଯିବ- ଆରକ୍ଷୀ ମହାନିର୍ଦ୍ଦେଶକ

Image
ଭୁବନେଶ୍ବର ତା ୦୭/୦୨(ବ୍ୟୁରୋ ରିପୋର୍ଟ) :- ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୋଲିସ ସ୍ୱତନ୍ତ୍ର ଅଭିଯାନ ଜାରି ରଖିଛି। ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିବା ବେଳେ ଏହାକୁ ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ବରଠାରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଥିବା ଏକ ସମୀକ୍ଷା ବୈଠକରେ ଡିଜିପି ଶ୍ରୀ ଖୁରାନିଆ ଗଞ୍ଜେଇ ମାଫିଆ ମାନଙ୍କୁ ଚିହ୍ନଟ କରି ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ଏସପି ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସ୍ଵତନ୍ତ୍ର ଅଭିଯାନ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ଏହି ସମୟ ସୀମା ମଧ୍ୟରେ ଗଞ୍ଜେଇ ଚାଷର ସଂପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ କାର୍ଯ୍ୟ କରିବାକୁ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।       ଏହି ଅଭିଯାନ ଗତବର୍ଷ ନଭେମ୍ବର ମାସ ୦୧ ତାରିଖରୁ ଆରମ୍ଭ ହୋଇଥିଲାବେଳେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଥାନାରେ ୫୯୧ଟି ମାମଲା ରୁଜୁ କରାଯାଇ ପ୍ରାୟ ୨୫ ହଜାର ଏକରରୁ ଉର୍ଦ୍ଧ୍ଵ ଗଞ୍ଜେଇ ଚାଷକୁ ସମ୍ପୂର୍ଣ୍ଣ ଭାବେ ନଷ୍ଟ କରାଯାଇଛି। ଚଳିତ ବର୍ଷ ଜାନୁୟାରୀ ମାସ ଶେଷ ସୁଦ୍ଧା ରାଜ୍ୟର ବିଭିନ୍ନ ଥାନାରେ ୨୧୩ ଟ...

ଦୁର୍ନୀତି ବିରୋଧୀ ଅଭିଯାନ ଜାରି ରହିବ - ମୁଖ୍ୟମନ୍ତ୍ରୀ

Image
ଭୁବନେଶ୍ୱର ତା ୦୭/୦୨(ବ୍ୟୁରୋ ରିପୋର୍ଟ) :- ସରକାରୀ ଚାକିରି କେବଳ ଏକ ଜୀବନ ଜୀବିକାର ସାଧନ ନୁହେଁ । ଏହା ଜନସେବାର ଏକ ମାଧ୍ୟମ । ସାଧାରଣ ଜନତା, ସରକାର ଏବଂ ସରକାରୀ ବିଧି ବ୍ୟବସ୍ଥାରୁ ଅନେକ ଆଶା ଆକାଂକ୍ଷା କରିଥାନ୍ତି, ଏବଂ ସେ ସବୁକୁ ପୂରଣ କରିବା ପାଇଁ ଆପଣମାନେ ହେଉଛନ୍ତି ସବୁଠାରୁ ବଡ଼ ମାଧ୍ୟମ । କାରଣ, ତୃଣମୂଳ ସ୍ତରରେ ଯୋଜନା ଏବଂ କାର୍ଯ୍ୟକ୍ରମର ରୂପାୟନ ଦାୟିତ୍ଵ ଆପଣଙ୍କ କାନ୍ଧରେ । ମୁଁ ଆଶା କରୁଛି, ଏବଂ ମୋର ପୁରା ବିଶ୍ୱାସ ଯେ, ଏହାକୁ ପୂରଣ କରିବାରେ ଆପଣମାନେ ସମସ୍ତେ ସମର୍ଥ ହେବେ ।    ସ୍ଥାନୀୟ କ୍ୟାପିଟାଲ ହାଇସ୍କୁଲ ପଡିଆଠାରେ ଆୟୋଜିତ ନିଯୁକ୍ତି ମେଳାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ନବନିଯୁକ୍ତମାନଙ୍କୁ ପରାମର୍ଶ ଦେଇ ସେମାନଙ୍କ କାର୍ଯ୍ୟଦକ୍ଷତା ଓ ସାମର୍ଥ୍ୟ ଉପରେ ଆସ୍ଥା ପ୍ରକାଶ କରିଛନ୍ତି ।  ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟ ସରକାରଙ୍କ ୯ଟି ବିଭାଗରେ ୬,୩୯୦ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ନିଯୁକ୍ତି କାର୍ଯ୍ୟକ୍ରମରେ କେବଳ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ସର୍ବାଧିକ ୨,୮୭୮, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୨,୭୬୭, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗରେ ୨୩୨, ଅର୍ଥ ବିଭାଗରେ ୧୩୦, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୨୩, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗରେ ୧୦୪, ଗୃହ ନି...

‘ବିକଶିତ ଗାଁ, ବିକଶିତ ଓଡିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ l

Image
ଭୁବନେଶ୍ୱର ତା ୦୫/୦୨(ବ୍ୟୁରୋ ରିପୋର୍ଟ) :- ଆଜିଠୁ ଆରମ୍ଭ ହେଲା ‘ବିକଶିତ ଗାଁ, ବିକଶିତ ଓଡିଶା’ । ଭୁବନେଶ୍ୱର ନିକଟବର୍ତ୍ତୀ ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ଏହି ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ସହର ଓ ଗାଁ ଭିତରେ ବିକାଶରେ ଯେଉଁ ପାର୍ଥକ୍ୟ ଅଛି, ଏହି ଯୋଜନା ତାକୁ ଦୂର କରି ମୌଳିକ ଭିତ୍ତିଭୂମିରେ ସମାନତା ଆଣିବ । ଓଡିଶାର ପ୍ରାୟ ୬୦ ହଜାର ଗାଁରେ ବିକାଶର ଗଙ୍ଗା ପ୍ରବାହିତ ହେବ । ଗାଁ ଗୁଡିକୁ ବିକାଶର ଗ୍ରୋଥ୍ ଇଂଜିନ କରିବ । ଏହି ଯୋଜନା ପ୍ରଧାନମନ୍ତ୍ରୀଙ୍କ “ସବ୍‍କା ସାଥ୍, ସବ୍‍କା ବିକାଶ୍, ସବ୍‍କା ବିଶ୍ୱାସ୍, ସବ୍‍କା ପ୍ରୟାସ୍”ର ଶ୍ରେଷ୍ଠ ନିଦର୍ଶନ ।  ଏହି ଯୋଜନାରେ ଗାଁ ଗୁଡିକରେ ଭିତ୍ତିଭୂମିର ବିକାଶ ପାଇଁ ବର୍ଷକୁ ଏକ ହଜାର କୋଟି ଟଙ୍କା ଲେଖାଏଁ, ପାଞ୍ଚ ବର୍ଷରେ ପାଞ୍ଚ ହଜାର କୋଟି ଟଙ୍କା ବିନିଯୋଗ କରାଯିବ । ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଆବଶ୍ୟକ ହେଲେ, ଏହି ଯୋଜନାକୁ ଆହୁରି ସମ୍ପ୍ରସାରିତ କରାଯିବ ।  ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗାଁର ଉନ୍ନତି ନହେଲେ ଓଡିଶାର ଉନ୍ନତି ଚିନ୍ତା କରିବା ଅସମ୍ଭବ । ଆମର “ବିକଶିତ ଓଡିଶା, ବିକଶିତ ଗାଁ” କାର୍ଯ୍ୟକ୍ରମ ଆମର ଗାଁ ଗୁଡିକର ବିକାଶ ପାଇଁ ସମ୍ପୂର୍ଣ୍ଣ ଭାବେ ସମର୍ପିତ । ଏକ ଯୋଜନାବଦ୍...

ମାଲକାନଗିରି ଜଳସମ୍ପଦ ବିଭାଗର ପି.ଡ଼ି. ଭିଜିଲାନ୍ସ ପଞ୍ଝାରେ l

Image
ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) :- ମାଲକାନଗିରି ଜଳସମ୍ପଦ ବିଭାଗର ପ୍ରକଳ୍ପ ନିର୍ଦେଶକ ଶ୍ରୀ ଶାନ୍ତନୁ ମହାପାତ୍ରଙ୍କ ଆୟବର୍ହିଭୂତସମ୍ପତ୍ତି ଆଧାରରେ ଓଡ଼ିଶା ଭିଜିଲାନ୍ସ ଏକା ସାଙ୍ଗରେ କଟକ, ଭୁବନେଶ୍ବର, ମାଲାକନଗିରି ସମେତ ୭ ଟି ସ୍ଥାନରେ ଖାନତଲାସି ଚାଲିଛି l ବର୍ତ୍ତମାନସୁଦ୍ଧା ଜୟପୁରରେ ୬୦୦୦ ବର୍ଗ ଫୁଟର ବହୁତଳ ପ୍ରାସାଦ, ଭୁବନେଶ୍ୱର ଓ ଜୟପୁରରେ ୪ଟି ଦାମି ପ୍ଲଟ, ନଗଦ ₹୧.୯୭ କୋଟି, ସୁନା ୩୦୦ ଗ୍ରାମ ଇତ୍ୟାଦି ମିଳିଛି । ଏହି ଖାନତଲାସି ରେ ଏସପି, ୪ ଡିଏସପି, ୧୦ ଇନ୍ସପେକ୍ଟର, ୬ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ମାନେ ନିୟୋଜିତ ଅଛନ୍ତି l ଆଗକୁ ଆହୁରି କିଛି ତଥ୍ୟ ସଂଗ୍ରହ ପାଇଁ ପ୍ରୟାସ ଜାରିରହିଛି l