Posts

କବି ରମାକାନ୍ତ ରଥଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ

Image
ଭୁବନେଶ୍ୱର ତା. ୧୬/୦୩(ବ୍ୟୁରୋ ରିପୋର୍ଟ) :- ଆଧୁନିକ ଓଡିଆ ସାହିତ୍ୟ ର ପ୍ରଥିତଯଶା କବି ରମାକାନ୍ତ ରଥଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଦ୍ମଭୂଷଣ ସ୍ଵର୍ଗତ ରଥ ଭାରତୀୟ ସାହିତ୍ୟ ଜଗତ ର ଅଳ୍ପ କେତେଜଣ ଶ୍ରେଷ୍ଠ କବି ଙ୍କ ମଧ୍ୟ ରେ ସେ ଥିଲେ ଅନ୍ୟତମ । ସପ୍ତମ ଋତୁ,ଶ୍ରୀରାଧା, ସଚିତ୍ର ଅନ୍ଧାର, କେତେ ଦିନର, ଦୁଆର ଏପଟୁ, ନଯା ନଯା କହୁକହୁ ପରି ଅନେକ କାଳଜୟୀ ରଚନା ତାଙ୍କୁ ସାହିତ୍ୟ ଜଗତ ରେ ଚିର ଦିନ ପାଇଁ ଅମରକରି ରଖିବ । ବିଭିନ୍ନ ବିଭାଗ ର ସଚିବ ଓ ମୁଖ୍ୟ ଶାସନ ସଚିବ ଭାବେ ମଧ୍ୟ ରାଜ୍ୟର ବିକାଶରେ ସେ ଗୁରୁତ୍ଵପୂର୍ଣ୍ଣ ଭୂମିକା ରଖିଛନ୍ତି । ଓଡ଼ିଆ ସାହିତ୍ୟକୁ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ପହଞ୍ଚେଇବାରେ ତାଙ୍କ ଭୂମିକାକୁ ଅସ୍ବୀକାର କରିହେବନି। କାଳଜୟୀ କାବ୍ୟଗ୍ରନ୍ଥ ଶ୍ରୀରାଧା ପାଇଁ ସରସ୍ୱତୀ ସମ୍ମାନ, ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ସଚିତ୍ର ଅନ୍ଧାର ପାଇଁ ସାରଳା ପୁରସ୍କାର ହାସଲ କରିବା ସହ ସେ ପ୍ରଥିତଯଶା ଲେଖକ ରୂପେ କେନ୍ଦ୍ର ସାହିତ୍ୟ ଏକାଡେମୀର ଫେଲୋସିପ ମଧ୍ୟ ପାଇଥିଲେ। ତାଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି । ମୁଖ୍ୟମନ୍ତ୍ରୀ ସ୍ବର୍ଗତ ରଥ ଙ୍କ ଅମର ଆତ୍ମାର ସଦଗତି କାମନା କ...

ସୁକିନ୍ଦା ଠାରେ ଗୋଶାଳା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ l

Image
ସୁକିନ୍ଦା ତା. ୧୩/୦୩ :-  ସୁକିନ୍ଦା ପ୍ରଖଣ୍ଡ ବଜରଙ୍ଗ ଦଳ ତରଫରୁ ଏକ ଗୋଶାଳା ର ଭୂମି ପୂଜନ ଅନୁଷ୍ଠିତ ହୋଇଯାଇଛି l ଗୋମାତାଙ୍କ ସୁରକ୍ଷା କୁ ନେଇ ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ତରଫରୁ ଜିଲ୍ଲା ର ପ୍ରତେକ ପ୍ରଖଣ୍ଡରେ ଗୋଟିଏ ଗୋଟିଏ ଗୋଶାଳା କରିବା ପାଇଁ ଦୃଢ଼ ସଂକଳ୍ପ ବଧ. ସଂଗଠନ ତରଫରୁ ୨ ଗୋଟି ଗୋଶାଳା କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି l ସୁକିନ୍ଦା ଓ ବାଲିଚନ୍ଦ୍ରପୁର  ରେ ଗତ ୧୩ ତାରିଖରେ ହୋଇଥିବା ଭୂମି ପୂଜନରେ ବିଶ୍ୱହିନ୍ଦୁ ପରିଷଦ ଜିଲ୍ଲା ଗୋରକ୍ଷା ପ୍ରମୁଖ ମଦନ ମୋହନ ବିନ୍ଧାଣି, ଜିଲ୍ଲା ବଜରଙ୍ଗ ଦଳ ସଂଯୋଜକ ବସନ୍ତ କୁମାର ପାତ୍ର, ଜିଲ୍ଲା ବଜରଙ୍ଗ ଦଳ ସହ ସଂଯୋଜକ ସାରଦା ପ୍ରସନ୍ନ ବଳ,ସୁକିନ୍ଦା ପ୍ରଖଣ୍ଡ ବଜରଙ୍ଗ ଦଳ ସଂଯୋଜକ ରବୀନ୍ଦ୍ର କୁମାର ଭଞ୍ଜ, ପ୍ରଖଣ୍ଡ ସହ ସଂଯୋଜକ ପ୍ରଶାନ୍ତ ରଣା, ପ୍ରଖଣ୍ଡ ଗୋରକ୍ଷା ପ୍ରମୁଖ ଜିତେନ୍ଦ୍ର ଦାସ,ବ୍ୟାସନଗର ପ୍ରଖଣ୍ଡ ସଂଯୋଜକ ଶାନ୍ତନୁ ସାହୁ, ସୁନୀଲ ପୃଷ୍ଟି, ମାନସ ବାରିକ,ସନ୍ତୋଷ ସାହୁ,ମକରନ୍ଦ ଦେହୁରୀ,ରିତୁ ସେଠି, ମିଟୁ ଦାସ, ପ୍ରଶାନ୍ତ ପ୍ରଧାନ,ବିଷ୍ଣୁ ସେଠି,ଦୀପକ ନାୟକ, ଶ୍ରୀ ରାମ ମୁଣ୍ଡା, ଅଜୟ ଗାଗରାଇ,ଟୁନା ମହାନ୍ତ, ରାଜୁ ମୁଣ୍ଡା,ରିଙ୍କୁ ମହାପାତ୍ର, ରାନୀନ୍ଦ୍ର ମହାନ୍ତ, ମଞ୍ଜୁ ମିଶ୍ର, ବିଟୁ ସେଠି, ସୁଶାନ୍ତ ପାତ୍ର ପ୍ରମୁଖ ଯୋଗଦେଇ ଗୋଶାଳା ଭୂମି ପୂଜନ କାର୍ଯ୍ୟରେ ସହଯୋଗ କରିଥିଲେ l 

ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି।

Image
କଟକ ତା. ୧୩/୦୩(ବ୍ୟୁରୋ ରିପୋର୍ଟ) :- ଆସନ୍ତା ଏପ୍ରିଲ ୦୭ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଚାମ୍ପିୟନସିପକୁ ଶୃଙ୍ଖଳିତ, ସୁପରିଚାଳନା ସମେତ ବ୍ୟାପକ ବନ୍ଦୋବସ୍ତର ଆୟୋଜନ ସଂକ୍ରାନ୍ତରେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଚାମ୍ପିୟନସିପରେ ଦେଶର ବିଭିନ୍ନ ରାଜ୍ୟର ୨୭ଟି ପୁରୁଷ ଏବଂ ୧୦ ଟି ମହିଳା ପୋଲିସ ଟିମ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି । ଏହା ସହ ବହୁ ଅନ୍ତର୍ଜାତୀୟ ହକି ଖେଳାଳିଙ୍କ ସମେତ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଖେଳାଳି ଓ ଅତିଥିଙ୍କ ନିମନ୍ତେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯିବା ଉପରେ ଡିଜିପି ଗୁରୁତ୍ଵାରୋପ କରିଥିଲେ। ଏହାବ୍ଯତୀତ ସେମାନଙ୍କ ରହଣି ସ୍ଥାନ, ନିୟମିତ ଅଭ୍ୟାସ, ଅତିଥିଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା, ଉଦଘାଟନ ଓ ଉଦଯାପନୀ ସମାରୋହକୁ ଆକର୍ଷଣୀୟ ତଥା ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ଡିଜିପି ...

ଶିଳ୍ପ ପ୍ରଗତି ସହିତ ପରିବେଶଗତ ସନ୍ତୁଳନ ଏକାନ୍ତ ଆବଶ୍ୟକ- ରାଜ୍ୟପାଳ l

Image
ଭୁବନେଶ୍ବର, ତା ୦୯/୦୩ (ବ୍ୟୁରୋ ରିପୋର୍ଟ) :- ଶିଳ୍ପ ପ୍ରଗତି ସହିତ ପରିବେଶଗତ ସନ୍ତୁଳନ ଏକାନ୍ତ ଆବଶ୍ୟକ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ଟି କହିଛନ୍ତି। ଆଜି ବିଜୁ ପଟ୍ଟନାୟକ ପ୍ରଦର୍ଶନୀ  ପଡ଼ିଆ, ବରମୁଣ୍ଡାଠାରେ ଆୟୋଜିତ ଓଡ଼ିଶା ମାଇନିଂ ଏକ୍ସପୋ ଏବଂ କନକ୍ଲେଭର ଉଦ୍‌ଯାପନୀ  ସମାରୋହରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ରାଜ୍ୟପାଳ ଏହା କହିଛନ୍ତି। ଏହି ସମାରୋହରେ ଉଦ୍‌ବୋଧନ ଦେଇ ଇଣ୍ଡଷ୍ଟ୍ରି ଲିଡର୍, ନୀତି ନିର୍ଦ୍ଧାରକ ଏବଂ ବିଶେଷଜ୍ଞମାନଙ୍କୁ ସମ୍ବୋଧୃତ କରି ରାଜ୍ୟପାଳ କହିଥିଲେ ଯେ, ଭାରତର ଖଣିଜ-ଭିତ୍ତିକ ଅର୍ଥନୈତିକ ଅଭିବୃଦ୍ଧିରେ ଓଡ଼ିଶାର ଗୁରୁତ୍ଵପୂର୍ଣ ଭୂମିକା ରହିଛି। ଖଣି ଓଡ଼ିଶାର ଅର୍ଥନୀତିର ମେରୁଦଣ୍ଡ ହୋଇଛି, ଯାହା ନିଯୁକ୍ତି, ଭିତ୍ତିଭୂମି ଏବଂ ଶିଳ୍ପ ପ୍ରଗତିରେ ଗୁରୁତ୍ବପୂର୍ଣ ଅବଦାନ ରଖୁଛି । ଲୁହପଥର, ବକ୍‌ସାଇଟ୍, କୋଇଲା, ମାଙ୍ଗାନିଜ୍ ଏବଂ କ୍ରୋମାଇଟ୍‌ର ବିପୁଳ ଭଣ୍ଡାର ସହିତ ଓଡ଼ିଶା ଭାରତର ସମ୍ପଦ-ଚାଳିତ ବିକାଶରେ ଏକ ପ୍ରମୁଖ ରାଜ୍ୟଭାବରେ ନିଜକୁ ସ୍ଥାନିତ କରିଛି।  ରାଜ୍ୟପାଳ କରିଥିଲେ ଯେ ଆଜି ଖଣି କେବଳ ସମ୍ପଦ ଖନନ ଓ ନିଷ୍କାସନ ନୁହେଁ ବରଂ ସ୍ଥାୟୀ  ବିକାଶ, ପ୍ରଯୁକ୍ତିବିଦ୍ୟା ଏବଂ ସମାଜ କଲ୍ୟାଣକୁ ପ୍ରାଥମିକତା ଦେଉଛି। ସ୍ବୟଂଚାଳିତକରଣ, ଡିଜିଟାଲାଇଜେସନ୍ ଏବଂ ସବୁଜ ଖଣି ପଦକ୍ଷେପ ଶିଳ୍ପ କ୍ଷେତ୍ରକୁ ରୂପାନ୍ତରିତ କରୁଛି । ...

ଆନନ୍ଦପୁର ମହାବିଦ୍ୟାଳୟର ୬୧ ତମ ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ l

Image
ଭୁବନେଶ୍ୱର ତା ୦୯/୦୩ (ବ୍ୟୁରୋ ରିପୋର୍ଟ) :- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇ ସେଠାରେ ଆନନ୍ଦପୁର ମହାବିଦ୍ୟାଳୟର ୬୧ ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ, ଆନନ୍ଦପୁର ଉପଖଣ୍ଡ ପାଇଁ ପ୍ରାୟ ୪୨ କୋଟି ଟଙ୍କାର ୧୬ ଟି ପ୍ରକଳ୍ପର ଶୁଭ ଉଦ୍ଘାଟନ କରିଥିବା ବେଳେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ପ୍ରାୟ ୧୧୮ କୋଟି ଟଙ୍କା ବ୍ୟୟର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆନନ୍ଦପୁର ମହାବିଦ୍ୟାଳୟର ଭିତ୍ତିଭୂମି ବିକାଶ, ମଲ୍ଟି ପର୍ପୋଜ ହଲ ନିର୍ମାଣ, ସେମିନାର ହଲ ନିର୍ମାଣ, ଖେଳପଡିଆର ଉନ୍ନତିକରଣ ନିମନ୍ତେ ୭ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହାକୁ ସ୍ୱାୟଂଶାସିତ ମହାବିଦ୍ୟାଳୟର ମାନ୍ୟତା ପାଇଁ ସମସ୍ତ କାର୍ଯ୍ୟ ସମ୍ପାଦନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ ପାଇଁ ୨ କୋଟି ଟଙ୍କାର ଅନୁଦାନ ଘୋଷଣା କରିଥିବା ବେଳେ ଆନନ୍ଦପୁର ଠାରେ ଷ୍ଟାଡିଅମର ପୂର୍ଣ୍ଣାଙ୍ଗ କଳେବର ପାଇଁ ୨୦ କୋଟି ଟଙ୍କାର ଆର୍ଥିକ ସହାୟକ ଘୋଷଣା କରିଛନ୍ତି। ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆନନ୍ଦପୁର ମହାବିଦ୍ୟାଳୟର ଶୈକ୍ଷିକ ପରିବେଶ ଅନନ୍ୟ। ପ୍ର...

ଗଂଜାମ ଜିଲ୍ଲା ପାଇଁ ୬୩୮ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ l

Image
ଭୁବନେଶ୍ୱର ତା ୦୮/୦୩(ବ୍ୟୁରୋ ରିପୋର୍ଟ) :- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆ ଠାରେ ରାଜ୍ୟର ୧ କୋଟି ୬୪ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି।  ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ୫୧ତମ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ୯ ମାସର ଆମର ନୂଆ ସରକାର ଆଜି ରାଜ୍ୟର ୧ କୋଟିରୁ ଅଧିକ ମା’ଙ୍କ ପାଇଁ ଆର୍ଥିକ ସ୍ୱାଧୀନତାର ରାସ୍ତା ଖୋଲି ପାରିଛି । ସବୁ ମା’ଙ୍କୁ ୨ଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏଁ ମିଳିଲା। ସେ ଦୃଷ୍ଟିରୁ, ମୁଖ୍ୟମନ୍ତ୍ରୀ ଭାବେ ଆଜି ଦିନଟି ମୋ ପାଇଁ ସବୁଠାରୁ ସନ୍ତୋଷର ଦିନ ଓ ସବୁଠାରୁ ଗୌରବର ଦିନ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପୂର୍ବ ସରକାରଙ୍କୁ ସମାଲୋଚନା କରି କହିଛନ୍ତିଯେ, ଯେଉଁମାନେ ପଚାରୁଛନ୍ତି ଯେ ଆମ ସରକାର ୯ ମାସରେ କ'ଣ କରିଛି, ସେମାନଙ୍କୁ କୁହନ୍ତୁ ଯେ ୨୪ ବର୍ଷରେ ଯେଉଁ ସରକାର ମହିଳାଙ୍କ ପାଇଁ କେବଳ ସ୍ଲୋଗାନ ଦେଉଥିଲେ, ମୋହନ ସରକାର କ୍ଷମତାକୁ ଆସିବାର ମାତ୍ର ୨୪ ମିନିଟ ମଧ୍ୟରେ ଐତିହାସିକ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନେଇଥିଲେ ଏବଂ ଖୁସିର ବିଷୟ ଯେ ତିନିମାସ ମଧ୍ୟରେ କାର୍ଯ୍ୟ ଆରମ୍ଭ କରି ଆଜି ୯ ମାସ ମଧ୍ୟରେ ଏକ କୋଟିରୁ ଅଧିକ ମହିଳାଙ୍କୁ ସୁଭଦ୍ରାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି।  ମ...

ଅଧାରୁ ପାଠ ଛାଡୁଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ସ୍ରୋତକୁ ଫେରାଇ ଆଣୁଛି ଟାଟା ଷ୍ଟିଲ ଫାଉଣ୍ଡେସନ l

Image
ଯାଜପୁର /କଳିଙ୍ଗନଗର, ତା ୦୫/୦୩ : - କଳିଙ୍ଗନଗର ଅଞ୍ଚଳରେ ଅନେକ ଛାତ୍ରଛାତ୍ରୀ ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡୁଛନ୍ତି। ଯାହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି କ୍ଷେତ୍ରରେ ସ୍ଥାନୀୟ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ନିଆ ଯାଉଥିବା ବିଭିନ୍ନ ପଦକ୍ଷେପ ମଧ୍ୟରୁ ଏଜୁକେସନ ସିଗ୍ନେଚର ପ୍ରୋଗ୍ରାମ (ଇଏସପି) ପ୍ରକଳ୍ପ ହାତକୁ ନେଇଛି। ସେହି ପ୍ରକଳ୍ପ ସହାୟତାତରେ ଉପକୃତ ହୋଇଥିବା ଜଣେ ଛାତ୍ରୀ ହେଲେ ଗୀତା ମୁଣ୍ଡା। ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ କଙ୍କଡପାଳ ଗ୍ରାମର ଗୀତା ମୁଣ୍ଡା ବାପାଙ୍କ ମୃତ୍ୟୁ ପରେ ଗୁରୁତର ଆର୍ôଥକ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଯାହା ତାଙ୍କ ପରିବାରକୁ ଗୁରୁତର ଭାବେ ପ୍ରଭାବିତ କରିଥିଲା। ଫଳରେ ଗୀତା ମୁଣ୍ଡା ପଞ୍ଚମ ଶ୍ରେଣୀ ସମାପ୍ତ କରିବା ପରେ ଅଧାରୁ ପାଠ ଛାଡ଼ିବାକୁ ବାଧ୍ୟ ହୋଇଥିଲେ। ତେବେ ଏହା ଜାଣିବାପରେ ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସଏଫ) ଗୀତାଙ୍କୁ ଗୋବରଘାଟି ସ୍ଥିତ ରେସିଡେନ୍ଟାଲ ବ୍ରିଜ କୋର୍ସ (ଆରବିସି)ରେ ନାମ ଲେଖାଇବା ପାଇଁ ପ୍ରୋତ୍ସାହିତ କରିଥିଲା। ଟିଏସଏଫର ହସ୍ତକ୍ଷେପ ଯୋଗୁଁ ସେ ବେଲୋହାରୀ ଆଶ୍ରମ ବିଦ୍ୟାଳୟରୁ ମାଟ୍ରିକ୍ ପାସ୍ କରିବା ପରେ ଏବେ ସେ ସାହାରପଡ଼ା ମହାବିଦ୍ୟାଳୟରେ ସ୍ନାତକ ପାଠ ପଢୁଛନ୍ତି। ନିଜ ପ୍ରାରମ୍ଭିକ ସ୍କୁଲ ଦିନକୁ ମନେ ପକାଇ ଗୀତା କୁହନ୍ତି, ...