Posts

ଗରିବ, ଅସହାୟ ଲୋକଙ୍କ ଦୁଃଖ ପ୍ରତି ଉଦାସୀନ ରହି ହେବ ନାହିଁ - ମୁଖ୍ୟମନ୍ତ୍ରୀ

Image
ଭୁବନେଶ୍ୱର ତା ୨୧ /୦୪(ବ୍ୟୁରୋ ରିପୋର୍ଟ):- ପୁରା ରାଜ୍ୟ ପ୍ରଶାସନ ସମ୍ବଲପୁରରେ। ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର । କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ । କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ ଥିଲେ ସହଯୋଗୀ ୧୦ ଜଣ ମନ୍ତ୍ରୀ ଓ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀଗଣ । ସମ୍ପୂର୍ଣ୍ଣ ରାଜ୍ୟ ପ୍ରଶାସନ ସ୍ଥାନାନ୍ତରିତ ହୋଇଥିଲା ସମ୍ବଲପୁରକୁ ।ଲୋକଙ୍କ ଅଭିଯୋଗ ଶୁଣି ଏହାର ସମାଧାନ କରିବାକୁ । ବାସ୍ତବିକ ଏଇ ହେଉଛି ଲୋକଙ୍କ ସରକାର ।  ଆଜିଥିଲା ଅଭିଯୋଗ ଶୁଣାଣିର ୧୦ମ ପାଳି। ଏହା ଥିଲା ଅନ୍ୟ ନଅ'ଟି ପାଳି ଠାରୁ ଭିନ୍ନ, କାରଣ ସରକାରଙ୍କ ପାଖକୁ ଲୋକ ଆସି ନାହାନ୍ତି, ସରକାର ଆସିଛନ୍ତି ଲୋକଙ୍କ ଅଭିଯୋଗ ଶୁଣିବାକୁ। ଗତ କାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ ସମ୍ବଲପୁରରେ ପହଞ୍ଚି ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ପ୍ରାର୍ଥନା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ସମ୍ବଲପୁରରେ ଏ ଜନ ଶୁଣାଣି କାର୍ଯ୍ୟକ୍ରମ ସମସ୍ତଙ୍କ ପାଇଁ ଶୁଭଙ୍କର । ସରକାରଙ୍କ ପାଇଁ, ଲୋକଙ୍କ ପାଇଁ, ଓ...

'ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି'ର ସଦସ୍ୟ ଗଣ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି।

Image
ଭୁବନେଶ୍ୱର ତା ୧୭/୦୪(ବ୍ୟୁରୋ ରିପୋର୍ଟ) :- ବିଶିଷ୍ଟ ଜନନାୟକ, ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ମୃତିରେ ଗଠିତ 'ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି'ର ସଦସ୍ୟ ଗଣ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି।  ଏହି ଅବସରରେ ସେମାନେ ସ୍ବର୍ଗତ ପଟ୍ଟନାୟକଙ୍କ ସ୍ମୃତି ରକ୍ଷା ବିଷୟରେ ଆଲୋଚନା କରିଛନ୍ତି।  ସ୍ବର୍ଗତ ପଟ୍ଟନାୟକଙ୍କ ସ୍ମୃତିରେ ଏକ ପ୍ରତିମୂର୍ତ୍ତି ନିର୍ମାଣ କରାଯିବା ସହିତ ତାଙ୍କ ନାମରେ ଏକ ସଡ଼କକୁ ନାମିତ କରିବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଥିଲେ।  ଏହିସବୁ ପ୍ରସ୍ତାବ ଗୁଡିକୁ ଅନୁଧ୍ୟାନ କରି ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଥିଲେ। ଏହି କମିଟିର ସଦସ୍ୟ ଭାବେ ଶ୍ରୀ ପୃଥ୍ଵୀ ବଲ୍ଲଭ ପଟ୍ଟନାୟକ, ଶ୍ରୀ ଆର୍ଯ୍ୟ କୁମତ ଜ୍ଞାନେନ୍ଦ୍ର, ଶ୍ରୀ ଯଜ୍ଞେଶ୍ଵର ବାବୁ, ଶ୍ରୀ ଅନନ୍ତ ସେଠୀ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।